ଡିବି ନିଆଁରୁ ଜଳିଗଲେ ସ୍ବାମୀ, ସ୍ତ୍ରୀ ଗୁରୁତର

ଫୁଲନଖରା,୧୫ା୧୧(ଡି.ଏନ୍‌.ଏ) : ଡିବିରିରୁ ନିଆଁ ଲାଗି ଗୁରୁବାର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ମୃତକ ହେଲେ କଟକ ସଦର ଥାନା ଅନ୍ତର୍ଗତ ହରିଅନ୍ତା ଗ୍ରାମର କାଳନ୍ଦୀ ପ୍ରଧାନ(୮୬)। ତାଙ୍କ ସ୍ତ୍ରୀ ଚମ୍ପାବତୀ ପ୍ରଧାନ(୮୦)ଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, କାଳନ୍ଦୀ ଓ ତାଙ୍କ ସ୍ତ୍ରୀ ଏକ ଚାଳ ଘରେ ରହୁଥିଲେ। କାଳନ୍ଦୀ ରୋଗଶଯ୍ୟାରେ ପଡିଥିବା ବେଳେ ଘରେ ବିଦ୍ୟୁତ୍‌ ଲାଇନ ନ ଥିବାରୁ ଡିବିରି ଜଳୁଥିଲା। ଚମ୍ପାବତୀଙ୍କ ଆଖିକୁ ଭଲ ଦିଶୁ ନ ଥିବା ବେଳେ ଘର ଭିତରକୁ ଯିବା ସମୟରେ ତାଙ୍କ ଗୋଡ ବାଜି ଡିବିରିରୁ କିରୋସିନ ଢାଳି ହୋଇ କାଳନ୍ଦୀଙ୍କ ଶଯ୍ୟାରେ ନିଆଁ ଲାଗିଯାଇଥିଲା। ଫଳରେ ଶୋଇଥିବା କାଳନ୍ଦୀ ଓ ତାଙ୍କ ସ୍ତ୍ରୀ ନିଆଁରେ ପୋଡିହୋଇ ଗୁରୁତର ହୋଇଥିଲେ। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କାଳନ୍ଦୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀଙ୍କୁ ସ୍ଥାନୀୟ ଲୋକେ ଚିକିତ୍ସା ପାଇଁ ପଠାଇଥିଲେ। ଖବରପାଇ ଏଆରଆଇ ଚିନ୍ମୟ ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?