ଡିମ୍ପଲଙ୍କୁ ୬୩ ବର୍ଷ: ୧୬ ବର୍ଷ ବୟସରେ ବବି ଫିଲ୍ମରେ ଅଭିନୟ କରି ରାତାରାତି ଷ୍ଟାରଡମ୍‌ କରିଥିଲେ ହାସଲ

ମୁମ୍ବାଇ,୮।୬: ବଲିଉଡ୍‌ ନାୟିକା ଡିମ୍ପଲ କପାଡ଼ିଆ ସୋମବାର ୬୩ ବର୍ଷରେ ପାଦ ଥାପିଛନ୍ତି। ୧୯୫୭ ଜୁନ୍‌ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବାର ସୁଯୋଗ ଦେଇଥିଲେ। ମେରା ନାମ୍‌ ଜୋକର ଫିଲ୍ମ ପରେ ରାଜ କପୁରଙ୍କ ସ୍ଥିିତି ଖରାପ ଥିଲା। ସେ ବବି ଫିଲ୍ମ ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ। ରିଷି କପୁରଙ୍କ ସହିତ ବବି ଫିଲ୍ମରେ ଡିମ୍ପଲ ସ୍କ୍ରିନ୍‌ ଶେୟାର କରି ଦର୍ଶକଙ୍କ ହୃଦୟକୁ ଜିଣି ନେଇଥିଲେ। ବବି ପରେ ଡିମ୍ପଲଙ୍କ ଜୀବନରେ ଆସିଥିଲା ବିରାଟ ପରିବର୍ତ୍ତନ। ବବି ମୁକ୍ତି ଲାଭ କରିବା ପୂର୍ବରୁ ସୁପରଷ୍ଟାର ରାଜେଶ ଖାନ୍ନା ଡିମ୍ପଲଙ୍କୁ ବିବାହ କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ରାଜେଶଙ୍କ ବୟସ ସେତେବେଳେ ୩୧ ଥିଲା। ସେ ଡିମ୍ପଲଙ୍କଠାରୁ ୧୫ ବର୍ଷ ବୟସ ବଡ଼ଥିଲେ। ତେବେ ଦୁହିଁଙ୍କ ବିବାହ ହୋଇଥିଲା। ଏହା ପରେ ବବି ଫିଲ୍ମ ୧୯୭୩ରେ ପରଦାକୁ ଆସିଥିଲା। ଏହି ଫିଲ୍ମ ବକ୍ସ୍‌ ଅଫିସ୍‌ ରେକର୍ଡ ଭାଙ୍ଗିବାକୁ ସକ୍ଷମ ହୋଇଥିଲା। ରାତାରାତି ଡିମ୍ପଲ ଷ୍ଟାରଡମ୍‌ ହାସଲ କରିଥିଲେ। ଏହା ସହିତ ରାଜକପୁରଙ୍କ ସ୍ଥିତିରେ ମଧ୍ୟ ପରିବର୍ତ୍ତନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?