Posted inଖେଳ

ଡିସୁଜାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୪।୬(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ)ର ୭ମ ସିଜନ ପୂର୍ବରୁ ଓଡ଼ିଶା ଏଫସି ଲେଫ୍ଟ ବ୍ୟାକ୍‌ ଜର୍ଜ ଡିସୁଜାଙ୍କ ସହ ଚୁକ୍ତି କରିଛି। ଗୋଆର ଡିସୁଜା ସେସା ଫୁଟବଲ ଏକାଡେମୀରୁ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ସ୍ପୋର୍ଟିଂ କ୍ଲବ ଡି’ଗୋଆ ପକ୍ଷରୁ ଖେଳିଥିଲେ। ଗୋଆ ପ୍ରୋ ଲିଗ୍‌(ଜିପିଏଲ)ରେ ପ୍ରଭାବୀ ପ୍ରଦର୍ଶନ କରିବା ପରେ ଏହି ଡିଫେଣ୍ଡର ଭୁବନେଶ୍ୱର ଭିତ୍ତିକ ଓଡ଼ିଶା ଏଫସି ସହ ୨ ବର୍ଷିଆ ଚୁକ୍ତିର ସୁଯୋଗ ପାଇଛନ୍ତି। ”ଡିସୁଜାଙ୍କୁ ଆମେ କ୍ଲବକୁ ସ୍ବାଗତ କରୁଛୁ। ଜିପିଏଲରେ ଭଲ ପ୍ରଦର୍ଶନ କରି ସେ ଆମ ନଜରକୁ ଆସିଥିଲେ। ଲେଫ୍ଟବ୍ୟାକ୍‌ଭାବେ ତାଙ୍କ ପ୍ରଦର୍ଶନ ବହୁତ ଭଲ ରହିଥିଲା। ତାଙ୍କ ଉପସ୍ଥିତିରେ ଆମ ଦଳକୁ ଫାଇଦା ମିଳିବା ଆଶା ରହିଛି“ ବୋଲି କ୍ଲବ ସଭାପତି ରୋହନ ଶର୍ମା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା ଏଫସିରେ ଯୋଗଦେବାରେ ଖୁସି ଜାହିର କରିଛନ୍ତି ଡିସୁଜା। ”ଏହି କ୍ଲବ ସହିତ ଚୁକ୍ତିକରି ମୁଁ ଅତ୍ୟନ୍ତ ଆନନ୍ଦିତ। ଏବେ ଇଣ୍ଡିଆନ ସୁପରଲିଗ୍‌ ଖେଳିବାକୁ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରିବି। ଏହା ମୋ ପାଇଁ ଏକ ଭଲ ପ୍ରମୋଶନ ଏବଂ ଓଏଫସି ପକ୍ଷରୁ ଖେଳିବାଦ୍ୱାରା ଅଭିଜ୍ଞତା ମଧ୍ୟ ହାସଲ ହେବ। ଦଳ ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ ମଧ୍ୟ ଓଏଫସି ପାଇଁ ଶ୍ରେଷ୍ଠ ପ୍ରଦର୍ଶନ ଦେବାନେଇ ଆଶାବାଦୀ“ ବୋଲି ସେ ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri