ଡିସେମ୍ବର ୧୧ରୁ ପୁଣି ଶୋ’ରୁ ଛୁଟିନେବେ କପିଲ୍‌

କମେଡି କିଙ୍ଗ୍‌ କପିଲ ଶର୍ମା ଖୁବ୍‌ ଶୀଘ୍ର ବାପା ହେବାକୁ ଯାଉଛନ୍ତି। କିଛିମାସ  ତଳେ ସ୍ତ୍ରୀ ଗିନି ଚତ୍‌ରଥଙ୍କ ସହିତ ସମୟ କାଟିବା ପାଇଁ ‘ଦ କପିଲ ଶର୍ମା ଶୋ’ରୁ ୧୦ ଦିନ ଛୁଟି ନେଇ କାନାଡା ଯାଇଥିଲେ। ଶୁଣିବାକୁ ମିଳୁଛି ଆସନ୍ତା ମାସରେ କପିଲ୍‌ ପୁଣି ଛୁଟିରେ ଯିବେ। କପିଲ୍‌ଙ୍କର ଜଣେ ଖାସ୍‌ ବନ୍ଧୁ କହିଛନ୍ତି, ଗିନିଙ୍କ ଡେଲିଭରି ସମୟରେ କପିଲ୍‌ ତାଙ୍କ ପାଖରେ ରହିବା ପାଇଁ ଚାହୁଁଛନ୍ତି। ତେଣୁ ସେ ଚ୍ୟାନେଲ୍‌ଠାରୁ ୧୧ ଡିସେମ୍ବରରୁ ଛୁଟି ନେବା ପାଇଁ ଅନୁମତି ମାଗି ସାରିଛନ୍ତି। ଏହି ସମୟରେ ସେ କୌଣସି କାମ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ତେଣୁ ବୃତ୍ତିଗତଠାରୁ ବ୍ୟକ୍ତିଗତ ଜୀବନକୁ କପିଲ୍‌ ଅଧିକ ଧ୍ୟାନ ଦେଉଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଡିସେମ୍ବରରେ ବାପା ହେବାକୁ ଯାଉଛନ୍ତି। ସ୍ମରଣଯୋଗ୍ୟ, ୨୦୧୮ ଡିସେମ୍ବର ୧୨ରେ କପିଲ୍‌ ଗିନିଙ୍କୁ ବିବାହ କରିଥିଲେ। କପିଲ୍‌ ଜାନୁୟାରୀରେ ଶୋ’କୁ ଫେରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri