ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍‌ ସିଗନାଲ

ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବାରୁ ସେଠୀ ଉଦ୍‌ବେଗ ପ୍ରକାଶ କରିବା ସହିତ ଏ ଦିଗରେ ସମସ୍ତଙ୍କର ଦାୟିତ୍ୱ ରହିଛି ଏବଂ ଉତ୍ତରଦାୟୀଭାବେ ସମସ୍ତେ କାର୍ଯ୍ୟ କରିବା ପାଇଁ ଆହ୍ବାନ ଦେଇଥିଲେ। ମଦ ଓ ମାଦକଦ୍ରବ୍ୟର ସେବନ ପୂର୍ବକ ଗାଡିଚାଳନା, ରାସ୍ତାରେ ନିର୍ମାଣଗତ ତ୍ରୁଟି, ଚାଳନାବେଳେ ମୋବାଇଲ ଫୋନ ବ୍ୟବହାର ଏବଂ ଦ୍ରୁତଗତିରେ ଗାଡ଼ି ଚଳାଇବା ହିଁ ଦୁର୍ଘଟଣାର ମୁଖ୍ୟକାରଣ ହୋଇଥିବା ବେଳେ ବିଭାଗୀୟ ଅଧିକାରୀମାନେ ଏ ସବୁ ନିୟମ ଭାଙ୍ଗୁଥିବା ଚାଳକଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ବିଧାୟିକା ତଥା ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଯୋଗଦେଇ ଯେଉଁ କାରଣ ପାଇଁ ଦୁର୍ଘଟଣା ଘଟୁଛି ତାହାକୁ ଖୋଜି ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ। ବିଂଝାରପୁରର ସୟଦପୁରଠାରୁ ମଇନ୍ଦା ଛକ ମଧ୍ୟରେ ନିୟମିତ ଦୁର୍ଘଟଣା ଘଟୁଥିବାରୁ ଏ ଦିଗରେ ଅନୁଧ୍ୟାନ କରି ବିହିତ ପଦକ୍ଷେପ ନେବାକୁ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଜିଲାପାଳ ରଞ୍ଜନ କୁମାର ଦାସ ସ୍ବାଗତ ଭାଷଣ ପ୍ରଦାନ କରିବା ସହ ବୈଠକ ପରିଚାଳନା କରି ସଡ଼କ ସୁରକ୍ଷାକୁ ଅଧିକ ଫଳପ୍ରଦ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅଧିକାଂଶ ମାର୍ଗ ଅଧିକ ସମ୍ବେଦନଶୀଳ ହୋଇଥିବାବେଳେ ଏ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଗୁରୁତ୍ୱ ଦେବା ସହିତ ବିଭିନ୍ନ ସ୍ଥାନରେ ସୂଚନା ଫଳକ ଲଗାଇବା, ଧରପଗଡ଼କୁ ତ୍ୱରାନ୍ବିତ କରାଇବା ଏବଂ ରାସ୍ତା ନିର୍ମାଣ ସମୟରେ ସୁରକ୍ଷା ପ୍ରତି ଅଧିକ ଧ୍ୟାନ ଦେବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚଣ୍ଡିଖୋଲ ଓ ଡୁବୁରୀଠାରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜନସାଧାରଣଙ୍କ ସ୍ବାର୍ଥ ସାଧନ ପାଇଁ ଟ୍ରାଫିକ ଲାଇଟ ସିଗନାଲ ବ୍ୟବସ୍ଥା କରିବାକୁ ଜିଲାପାଳ କହିଥିଲେ। ଅନ୍ୟପକ୍ଷରେ ଚଣ୍ଡିଖୋଲ ଛକରେ ରାସ୍ତା ଉପରେ ପାର୍କିଂ କରୁଥିବା ଗାଡିଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ଓ ବସ୍‌ ରହିବା ସ୍ଥଳକୁ ଅବରୋଧ ମୁକ୍ତ କରିବାକୁ ସ୍ଥିର ହୋଇଥିଲା। ଜିଲାପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଚଣ୍ଡିଖୋଲ ଆରଟିଓ ଲାଲମୋହନ ସେଠୀ, ଯାଜପୁର ଆରଟିଓ ସଚିନ୍ଦ୍ରନାଥ ପଣ୍ଡା, ଅତିରିକ୍ତ ଏସ୍‌ପି ଜୟରାମ ଶତପଥିଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ। ଶେଷରେ ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri