ଡେଙ୍ଗୁ ସଚେତନତା ଅଭିଯାନ ଶୁଭାରମ୍ଭ

କଳିଙ୍ଗନଗର,୧୦।୮(ଡି.ଏନ୍‌.ଏ.): କଳୀଙ୍ଗନଗର ସ୍ଥିତ ଟାଟା ଷ୍ଟିଲ କାରଖାନା ପକ୍ଷରୁ ଶୁକବ୍ରାର ସ୍ଥାନୀୟ ଲୋକମାନଙ୍କୁ ଡେଙ୍ଗୁ ରୋଗ ନିବାରଣ ପାଇଁ ପ୍ରତିକାରାତ୍ମକ ଓ ଆରୋଗ୍ୟକର ପଦକ୍ଷେପ ବିଷୟରେ ସଚେତନ କରାଇବା ଲକ୍ଷ୍ୟରେ ଏକ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କଳିଙ୍ଗନଗର ପାର୍ଶ୍ୱବର୍ତ୍ତୀ ୫୫ ଗ୍ରାମରେ ବୁଲିବାକୁ ଥିବା ଏକ ଡେଙ୍ଗୁ ରଥ ଓ ମୋବାଇଲ ଭ୍ୟାନ୍‌ର ଶୁଭାରମ୍ଭ କରାଯାଇଛି। ଯାଜପୁର ଜିଲାର ଲୋକମାନଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ ଗ୍ରାମୀଣ ବିକାଶ ସଂସ୍ଥା (ଟିଏସ୍‌ଆରଡିଏସ୍‌) ପକ୍ଷରୁ କଳିଙ୍ଗନଗରଠାରେ ଉକ୍ତ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି ଅବସରରେ ଗ୍ରାମବାସୀଙ୍କୁ ପ୍ରଦାନ କରାଯାବାକୁଥିବା ସ୍ବତନ୍ତ୍ର ପ୍ରଚାର ପତ୍ର ମଧ୍ୟ ଉନ୍ମୋଚନ କରାଯାଇଥିଲା। କାର୍ଯ୍ୟକ୍ରମରେ ଦାନଗଦୀ ତହସିଲଦାର ବୁଲବୁଲ ବେହେରା, ଓଡ଼ିଶା ସିଏସ୍‌ଆର ବିଭାଗ ମୁଖ୍ୟ ଅମ୍ବିକା ପ୍ରସାଦ ନନ୍ଦ, ଜିଲା ଜାତୀୟ ଭୂତାଣୁ ଜନ୍ମିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ (ଏନ୍‌ଭିବିଡିସିପି) ପରାମର୍ଶଦାତା ସୁନୀଲ ମୋହାନ୍ତେ, ସରପଞ୍ଚ ଚକ୍ରଧର ତମସଏ ଓ ସରପଞ୍ଚ ସ୍ବର୍ଣ୍ଣଲତା ବାନରା ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ସ୍ଥାନୀୟ ଲୋକଙ୍କ ନିକଟରେ ପ୍ରଭାବୀ ଢଙ୍ଗରେ ପହଞ୍ଚାଇବା ସହିତ ସେମାନଙ୍କୁ ସଚେତନ କରିବାରେ ସହାୟକ ହେବ ବୋଲି ବେହେରା କହିଥିଲେ।
୨ ମାସ ଧରି ହେବାକୁଥିବା ଉକ୍ତ ସଚେତନତା ଅଭିଯାନ ମାଧ୍ୟମରେ ସ୍ଥାନୀୟ ଅଞ୍ଚଳକୁ ଡେଙ୍ଗୁ ରୋଗ ଶୂନ୍ୟ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହା ବ୍ୟତୀତ ସଚେତନତା କାର୍ଯ୍ୟକ୍ରମ ଜିଲାର ବିଭିନ୍ନ ସ୍ଥାନରେ ଯୁବତୀଯୁବକଙ୍କ ଦ୍ୱାରା ଆୟୋଜନ କରାଯିବ। ମହିଳା ଓ ଯୁବ ନେତାଙ୍କ ବ୍ୟତୀତ ଗ୍ରାମ ପଞ୍ଚାୟତ ସଦସ୍ୟମାନେ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଟାଟା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri