ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୧-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, ଡେବିଟ କାର୍ଡ ପ୍ରଚଳନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଦେଶରେ ଏବେ ୯୦କୋଟି ଡେବିଟ ଓ ୩ କୋଟି କ୍ରେଡିଟ କାର୍ଡ ରହିଛି ବୋଲି ସେ କହିଛନ୍ତି। ଏସ୍‌ବିଆଇର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ୟୋନୋ ପ୍ଲାଟଫର୍ମ ମାଧ୍ୟମରେ ଡେବିଟ କାର୍ଡକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରାଯିବ। ଏଥିରେ ୟୋନୋର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ। ସେ କହିଛନ୍ତି ଯେ, ୟୋନୋ ଜରିଆରେ ଏଟିଏମ୍‌ରୁ ନଗଦ ଉଠାଇ ହେବ ଏବଂ ଦୋକାନରୁ ସାମଗ୍ରୀ କିଣିହେବ। ଏଥିଲାଗି ବ୍ୟାଙ୍କ ପୂର୍ବରୁ ୬୮ ହଜାର ୟୋନୋ କ୍ୟାଶ୍‌ପଏଣ୍ଟ ସ୍ଥାପନ କରିସାରିଛି। ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ଏହାକୁ ୧୦ ଲକ୍ଷରେ ପହଞ୍ଚାଇବାର ଯୋଜନା ରହିଛି। ସୂଚନାଥାଉ କି, ଏସ୍‌ବିଆଇ ପକ୍ଷରୁ ଚଳିତବର୍ଷ ୟୋନୋ କ୍ୟାଶ୍‌ ସେବା ଆରମ୍ଭ କରିଛି, ଯାହା ଗ୍ରାହକଙ୍କୁ ବିନା ଡେବିଟ୍‌ କାର୍ଡରେ ଏଟିଏମ୍‌ରୁ ଟଙ୍କା କାଢ଼ିବାର ସୁବିଧା ଦେଇଥାଏ। ଏହି ବ୍ୟବସ୍ଥା ଅତ୍ୟନ୍ତ ସହଜ ତଥା ସୁବିଧାଜନକ ଏବଂ ସୁରକ୍ଷିତ। ଆରମ୍ଭରେ ୧୬,୫୦୦ ଏଟିଏମ୍‌ରେ ଏହି ସୁବିଧା ଯୋଗାଇ ଦିଆଯାଇଥିଲା। ଧୀରେ ଧୀରେ ଏହାକୁ ଅଧିକ ଏଟିଏମ ସହ ଲିଙ୍କ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri