Posted inଖେଳ

ଡେଭିସ୍‌ କପ୍‌ ଭେନ୍ୟୁ ସ୍ଥାନାନ୍ତର ପ୍ରସଙ୍ଗ: ଆଇଟିଏଫ୍‌ ନିଷ୍ପତ୍ତିକୁ ପାକିସ୍ତାନର ଚ୍ୟାଲେଞ୍ଜ୍‌

କରାଚି,୧୧।୧୧(ପି.ଟି.)- ଭାରତ ବିପକ୍ଷ ଡେଭିସ କପ୍‌ ଟାଇ ସ୍ଥାନାନ୍ତର ନିଷ୍ପତ୍ତି ବିରୋଧରେ ପାକିସ୍ତାନ ଚ୍ୟାଲେଞ୍ଜ୍‌ କରିଛି। ଡେଭିସ୍‌ କପ୍‌ ପ୍ରଥମେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ସୁରକ୍ଷା ତଥା ନିରାପତ୍ତା କାରଣରୁ ଏହି ଟାଇକୁ ନିରପେକ୍ଷ ଭେନ୍ୟୁକୁ ସ୍ଥାନାନ୍ତର କରିବାକୁ ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌) ନିଷ୍ପତ୍ତି ନେଇଥିଲା। ଏବେ ପାକିସ୍ତାନ ଆଇଟିଏଫ୍‌ର ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ୍‌ କରିଛି। ଓପଚାରିକ ଭାବେ ଆମେ ଆଇଟିଏଫ୍‌ ବିରୋଧରେ ଅପିଲ କରିଛୁ ବୋଲି ପାକିସ୍ତାନ ଟେନିସ ଫେଡେରେଶନ (ପିଟିଏଫ୍‌) ଅଧ୍ୟକ୍ଷ ସଲିମ ସୈଫୁଲା କହିଛନ୍ତି। ଆସନ୍ତା ୧୫ ତାରିଖ ସୁଦ୍ଧା ଆମେ ଏକ ସକାରାତ୍ମକ ଉତ୍ତର ପାଇବୁ ବୋଲି ଆଶା କରୁଛୁ।
ଭାରତ ବିପକ୍ଷ ଡେଭିସ୍‌ କପ୍‌ ଟାଇ ଆୟୋଜନ କରିବାକୁ ଆମେ ପ୍ରସ୍ତୁତ ଅଛୁ। ନିରାପତ୍ତା ନେଇ କୌଣସି ସମସ୍ୟା ନାହିଁ। ସେହିପରି ଦୁଇ ଦେଶ ମଧ୍ୟରେ ଥିବା ରାଜନୈତିକ ସମ୍ପର୍କ ମଧ୍ୟ ଏହା ଉପରେ ପ୍ରଭାବ ପକାଇବ ନାହିଁ। ତେଣୁ ଏପରିସ୍ଥଳେ ଭେନ୍ୟୁ ସ୍ଥାନାନ୍ତର ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ଏହି ଡେଭିସ୍‌ କପ୍‌ ଏସିଆ ଓସେନିଆ ଗ୍ରୁପ୍‌-୧ ଟାଇ ସେପ୍ଟେମ୍ବର ୧୪-୧୫ ତାରିଖରେ ଇସ୍‌ଲାମାବାଦର ପାକିସ୍ତାନ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ୨୦୧୭ରେ ଏଠାରେ ଉଜ୍‌ବେକିସ୍ତାନ, କୋରିଆ ଓ ଥାଇଲାଣ୍ଡ ବିପକ୍ଷ ମ୍ୟାଚ୍‌ ବେଶ୍‌ ସଫଳତାର ସହ ଆୟୋଜିତ ହୋଇଥିଲା। ତେବେ ଚଳିତ ମାସ ଆରମ୍ଭରେ ଭେନ୍ୟୁ ସ୍ଥାନାନ୍ତର ନେଇ ଆଇଟିଏଫ୍‌ ଘୋଷଣା କରିଥିଲା। ସୁରକ୍ଷା କାରଣରୁ ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଭେନ୍ୟୁ ସ୍ଥାନାନ୍ତର କରିବାକୁ ଅନୁରୋଧ କରିବା ପରେ ଆଇଟିଏଫ୍‌ ଏହି ନିଷ୍ପତ୍ତି ନେଇଥିଲା। ପାକିସ୍ତାର ଆଗଧାଡିର ଖେଳାଳି ଏଇସାମ- ଉଲ- ହକ ଓ ଅକିଲ ଖାଁ ଆଇଟିଏଫ୍‌ର ଏହି ଭେନ୍ୟୁ ସ୍ଥାନାନ୍ତର ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri