ମୋନାକୋ, ୬ା୬ (ଏପି)- ଡୋପ୍ ଟେଷ୍ଟ ପାଇଁ ଉପସ୍ଥିତ ନ ରହିିବାରୁ ମହିଳା ୪୦୦ ମିଟର ବିଶ୍ୱ ଚାମ୍ପିୟନ ସାଲଓ୍ବା ଇଦ୍ ନାସେରଙ୍କୁ ଶୁକ୍ରବାର ସାମୟିକ ସସ୍ପେଣ୍ଡ କରାଯାଇଛି। ବାହାରିନ୍ର ଏହି ସ୍ପ୍ରିଣ୍ଟର ହୋୟାରଏବାଉଟ୍ସ ନିୟମ ଉଲ୍ଲଂଘନ କରିଛନ୍ତି। ନାସେରଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗ ଯଦି ପ୍ରମାଣିତ ହୁଏ ତେବେ ସେ ଆସନ୍ତା ବର୍ଷ ହେବାକୁଥିବା ଅଲିମ୍ପିକ୍ସରେ ଭାଗନେଇ ପାରିବେ ନାହିଁ। ନାସେର ଗତ ଅକ୍ଟୋବରରେ ୪୮.୧୪ ସେକେଣ୍ଡ ଟାଇମିଂରେ ବିଶ୍ୱ ଟାଇଟଲ ଜିତିଥିଲେ। ୧୯୮୫ପରଠାରୁ କୌଣସି ମହିଳା ଆଥଲେଟ୍ଙ୍କ ପକ୍ଷେ ଏହା ହେଉଛି ସବୁଠାରୁ ଦ୍ରୁତତ୍ତମ ସମୟ। ଆଥଲେଟମାନେ ସେମାନଙ୍କ ଅବସ୍ଥିତି ସମ୍ପର୍କରେ ନିୟମିତ ଅବଗତ କରାଇବା ଆବଶ୍ୟକ ଏହାଦ୍ୱାରା ଡୋପିଂ ନିବାରଣ କର୍ତ୍ତୃପକ୍ଷ ପ୍ରତିଯୋଗିତା ବାହାରେ ଆକସ୍ମିକ ଡୋପ୍ ଟେଷ୍ଟ କରାଇ ପାରିବେ। ସୂଚନାଯୋଗ୍ୟ, ଇପିଓ ପାଇଁ ଅଲିମ୍ପିକ ଷ୍ଟିପଲଚେଜ୍ ଚାମ୍ପିୟନ ରୁଥ୍ ଜେବେଟ୍ ଗତ ମାର୍ଚ୍ଚ ମାସରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି। ଅଲିମ୍ପିକ ରନର୍ସଅପ୍ ଇୟୁନିସ୍ କିରଓ୍ବା ଗତ ବର୍ଷ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି।
ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ
ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...
ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ
ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...
ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…
ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...
ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା
ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...
ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି
ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...
୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ
ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...
ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍
ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...
Archives


