Posted inଖେଳ

ଡୋପିଙ୍ଗ୍‌: ସଞ୍ଜିବନୀ ଯାଦବ ୨ ବର୍ଷ ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୧୮ା୭ (ପି.ଟି.)-ଡୋପିଙ୍ଗ ନିୟମ ଉଲ୍ଲଂଘନ କରିଥିବାରୁ ଲଙ୍ଗ୍‌ ଡିଷ୍ଟାନ୍ସ ଧାବିକା ସଞ୍ଜିବନୀ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍ସ ଫେଡେରେଶନ୍ସ(ଆଇଏଏଏଫ୍‌)ର ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌(ଏଆଇୟୁ) ଦ୍ୱାରା ଦୁଇ ବର୍ଷ ସସ୍‌ପେଣ୍ଡ ହୋଇଛନ୍ତି। ଏହି ୨୩ ବର୍ଷୀୟା ଆଥଲେଟ୍‌ ୨୦୧୯ ଏସିଆନ ଚାମ୍ପିୟନଶିପ୍‌ ୧୦,୦୦୦ ମିଟର ଏବଂ ୨୦୧୭ ସଂସ୍କରଣ ୫୦୦୦ ମିଟର ରେସରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ସସ୍‌ପେଣ୍ଡ ଆଦେଶ ପିଛିଲା ୨୦୧୮ ଜୁନ୍‌ ୨୯ରୁ ଲାଗୁ ହେବ। ଏହାପରେ ସେ ଅଂଶଗ୍ରହଣ କରିଥିବା ପ୍ରତିଯୋଗିତାରେ ତାଙ୍କ ଫଳାଫଳ ରେକର୍ଡରୁ ବାଦ୍‌ ଦିଆଯିବ। ଭାରତର ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ ଏଜେନ୍ସି(ନାଡା) ଚାହିଁଲେ ନିଷ୍ପତ୍ତି ବିରୋଧରେ ସୁଇଜରଲାଣ୍ଡର ଲାଉସାନେସ୍ଥିତ କ୍ରୀଡ଼ାର ସର୍ବୋଚ୍ଚ ନ୍ୟାୟାଳୟ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର ସ୍ପୋଟର୍‌ସ (କାସ୍‌)ରେ ଆବେଦନ କରିପାରିବ। ସୂଚନାଯୋଗ୍ୟ, ୨୦୧୮ ନଭେମ୍ବରରେ ଜାନୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ବେଳେ ଡୋପ୍‌ ଟେଷ୍ଟ ସମୟରେ ସଞ୍ଜିବନୀଙ୍କଠାରୁ ସାମ୍ପଲ ସଂଗ୍ରହ କରାଯାଇଥିଲା। ସେଥିରେ ନିଷିଦ୍ଧ ଦ୍ରବ୍ୟ ପ୍ରୋବେନ୍‌ସିଡ୍‌ର ମାତ୍ରା ଠାବ କରାଯାଇଥିଲା। ତାଙ୍କୁ ଗତ ଜୁନ୍‌ରେ ସାମୟିକ ସସ୍‌ପେଣ୍ଡ କରାଯାଇଥିଲା। ସଞ୍ଜିବନୀଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲର ପ୍ରଥମେ ସ୍ଥାନୀୟ ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବୋରେଟୋରୀରେ ପରୀକ୍ଷା କରାଯାଇଥିଲା। ଏଥିରେ ଫଳାଫଳ ନେଗେଟିଭ ଆସିଥିଲା। ମାତ୍ର ପରବର୍ତ୍ତୀ କାଳରେ ଓ୍ବାଲର୍‌ଡ ଆଣ୍ଟି ଡୋପିଙ୍ଗ ଏଜେନ୍ସି (ଓ୍ବାଡା)ର ମଣ୍ଟ୍ରିଲ ଲାବୋରେଟୋରିରେ ସାମ୍ପୁଲର ପୁନଃ ପରୀକ୍ଷାବେଳେ ଏଥିରେ ନିଷିଦ୍ଧ ଦ୍ରବ୍ୟର ମାତ୍ରା ରହିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri