Posted inଖେଳ

ଡୋପ୍‌: ଶଟ୍‌ ପୁଟର ନବୀନ ଚିକାରା ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୨୮।୩(ପି.ଟି.): ଭାରତୀୟ ତାରକା ଶଟ୍‌ପୁଟର ନାବୀନ ଚିକାରା ୪ ବର୍ଷ ବାସନ୍ଦ ହୋଇଛନ୍ତି। ଓ୍ବଲର୍‌ଡ ଆଥଲେଟିକ୍ସର ଇଣ୍ଟିଗ୍ରେଟେଡ ୟୁନିଟ୍‌ ତାଙ୍କୁ କ୍ରୀଡ଼ାରୁ ବାସନ୍ଦ କରିଛି। ୨୦୧୮ରେ ଅନୁଷ୍ଠିତ ଆଉଟ୍‌ ଅଫ୍‌ କମ୍ପିଟିସନ ଡୋପ୍‌ ଟେଷ୍ଟରେ ସେ ବିଫଳ ହୋଇଥିଲେ। ଫଳରେ ତାଙ୍କ ବିରୋଧରେ ଏହି କଡ଼ା ପଦକ୍ଷେପ ନିଆଯାଇଛି। ୨୩ ବର୍ଷୀୟ ଚିକାରା ନିଷିଦ୍ଧ ପଦାର୍ଥ ସେବନ କରି ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିଲେ। ଏବେ ତାଙ୍କ ବାସନ୍ଦ ଅବଧୀ ଆସନ୍ତା ଜୁଲାଇ ୨୭ ତାରିଖରୁ ଆରମ୍ଭ ହେବ ବୋଲି ଆସୋସିଏଶନ ଅଫ୍‌ ଆଥଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌) ତରଫରୁ କୁହାଯାଇଛି। କାନାଡାର ମଣ୍ଟ୍ରିଲରେ ଥିବା ବିଶ୍ୱ ନିଶା ନିବାରଣ ସଂସ୍ଥାର ଅନୁବନ୍ଧିତ ଲାବରାଟୋରୀରେ ଚିକାରାଙ୍କ ନମୁନାରେ ନିଷିଦ୍ଧ ପଦାର୍ଥ ଥିବା ରିପୋର୍ଟରେ ଦର୍ଶାଯାଇଥିଲା।
ଉଲ୍ଲେଖଥାଉ କି, ଚିକାରା ୨୦୧୮ ଫେଡେରେଶନ କପ୍‌ ରୌପ୍ୟ ପଦକ ହାସଲ କରିଥିଲେ। ଏହି ବର୍ଷ ଆନ୍ତଃ ରାଜ୍ୟ ପ୍ରତିଯୋଗିତାରେ ସେ ରନରଅପ୍‌ ମଧ୍ୟ ହୋଇଥିଲେ। ୨୦୧୮ ନଭେମ୍ବରରେ ଚିକାରାଙ୍କ ଉପରେ ସାମୟିକ ବାସନ୍ଦାଦେଶ ଜାରି କରାଯାଇଥିଲା। ଗତ ମାର୍ଚ୍ଚ ୧୨ ତାରିଖରେ ଆଣ୍ଟି ଡୋପିଂ ନିୟମ ଉଲ୍ଲଂଘନ କରିଥିବା ସ୍ବୀକାର କରିଥିଲେ ଓ ଏଆଇୟୁ ଦ୍ୱାରା ଜାରି କରାଯାଇଥିବା ୪ ବର୍ଷୀୟା ବାସନ୍ଦାଦେଶକୁ ସ୍ବୀକାର ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri