Posted inଜାତୀୟ

ଡୋଭାଲଙ୍କ ଘରେ ଧାର୍ମିକ ନେତାଙ୍କ ବୈଠକ : ଶାନ୍ତି, ସହାବସ୍ଥାନ ପାଇଁ ସହମତି

ନୂଆଦିଲ୍ଲୀ,୧୧ା୧୧(ପି.ଟି.): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାରେ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ଆସିବା ଦିନକ ପରେ ଉକ୍ତ ଅଞ୍ଚଳରେ ଶାନ୍ତି ଓ ସହାବସ୍ଥାନ ପାଇଁ ଉଭୟ ହିନ୍ଦୁ ଓ ମୁସଲମାନ ସମ୍ପ୍ରଦାୟର ଧାର୍ମିକ ନେତାଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି। ନୂଆଦିଲ୍ଲୀରେ ରବିବାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲଙ୍କ ବାସଭବନରେ ଆନ୍ତଃ ଧାର୍ମିକ ଆସ୍ଥାକୁ ନେଇ ଏକ ବୈଠକ ହୋଇଛି। ଏଥିରେ ଶିୟା ଧର୍ମଗୁରୁ ମୌଲାନା କଲ୍‌ବେ ଜାଓ୍ବଦ୍‌, ସ୍ବାମୀ ଚିଦାନନ୍ଦ ସରସ୍ବତୀ, ସ୍ବାମୀ ପରମାତ୍ମାନନ୍ଦ ଓ ଯୋଗଗୁରୁ ରାମଦେବଙ୍କ ସମେତ ଅନେକ ଆଧ୍ୟାତ୍ମିକ ଗୁରୁ ଯୋଗଦେଇଥିଲେ। ସେହିପରି ମଜ୍‌ଲିସ-ଇ-ମୁଶାଓ୍ବରାତ୍‌ର ନାଭିଦ୍‌ ହମିଦ୍‌ ଏବଂ ଜମାତ୍‌-ଇ-ଇସ୍‌ଲାମି ହିନ୍ଦ୍‌ ନେତା ସଲିମ୍‌ ଇଞ୍ଜିନିୟର ମଧ୍ୟ ବୈଠକରେ ସାମିଲ ଥିଲେ। ଅଯୋଧ୍ୟା ରାୟ ପରେ ଦେଶରେ ଶାନ୍ତି ଓ ସହାବସ୍ଥାନର ସନ୍ଦେଶ ପ୍ରେରଣ କରିବା ହେଉଛି ଏହି ବୈଠକର ଲକ୍ଷ୍ୟ। ଦୁଇ ସମ୍ପ୍ରଦାୟ ମଧ୍ୟରେ ରାୟକୁ ନେଇ ଯେପରି କୌଣସି ପ୍ରକାର ଉତ୍ତେଜନା ପ୍ରକାଶ ନ ପାଇବ ସେନେଇ ଏନ୍‌ଏସ୍‌ଏ ଡୋଭାଲ ଓ ଧର୍ମଗୁରୁମାନେ ଆଲୋଚନା କରିଥିବା ରାମଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?