ଡ୍ରିମ୍ସ ଇଞ୍ଜିନିୟରିଂ କଲେଜରେ ହେବ ସ୍ବତନ୍ତ୍ର କରୋନା ହସ୍ପିଟାଲ

କଟକ ଅଫିସ,୨୮ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଗୁରୁବାର ତୃତୀୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଶେଷକରି କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ଭୁବନେଶ୍ୱର କିମ୍ସ ଏବଂ ସମ୍‌ ହସ୍ପିଟାଲ ସହାୟତାରେ ହଜାରେ ଶଯ୍ୟା ବିଶିଷ୍ଟ ୨ଟି କୋଭିଡ-୧୯ହସ୍ପିଟାଲ୍‌ ସ୍ଥାପନ ନେଇ ବୁଝାମଣାପତ୍ର ସ୍ବାକ୍ଷର କରିଥିଲେ। ଏହାର ଦିନକ ପରେ କଟକ ଜିଲାରେ ସ୍ବତନ୍ତ୍ର କରୋନା ହସ୍ପିଟାଲ ପ୍ରତିଷ୍ଠା ପାଇଁ ଡ୍ରିମ୍ସ ଇଞ୍ଜିନିୟରିଂ କଲେଜ କର୍ତ୍ତୃପକ୍ଷ ଓ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଆଉ ଏକ ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଏହି ହସ୍ପିଟାଲ ଟାଙ୍ଗୀଠାରେ ଖୁବ୍‌ ଶୀଘ୍ର ଆରମ୍ଭ କରାଯିବ। କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନିଲ କୁମାର ସାମଲ, କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ଅନ୍ନଦା ପ୍ରସାଦ ପଟ୍ଟନାୟକ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଅବଦୁଲ ଅଖତର,ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଏମ୍‌. ଆର. ଖାନଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶୁକ୍ରବାର ଡ୍ରିମ୍ସ କଲେଜ ପରିସର ବୁଲି ଅନୁଧ୍ୟାନ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିନିମନ୍ତେ କଲେଜର ଉଭୟ ମହିଳା ଓ ପୁରୁଷ ଛାତ୍ରାବାସର ପ୍ରାୟ ୪୫୦ଟି ପ୍ରକୋଷ୍ଠ ବ୍ୟବହାର କରାଯିବ ବୋଲି ଡ୍ରିମ୍ସ ଗ୍ରୁପ୍‌ ଅଧ୍ୟକ୍ଷ ପ୍ରମୋଦ ରାଉତ ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ ହସ୍ପିଟାଲରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକ୍ଷମ କରାଯିବ।
ଶୁକ୍ରବାର କଲେଜ ତରଫରୁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ହସ୍ତାନ୍ତର କରାଯିବା ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି। ହସ୍ପିଟାଲରେ ୪୫୦ଟି ସାଧାରଣ ଶଯ୍ୟା ସହ ସ୍ବତନ୍ତ୍ର ଭାବେ ୫୦ଟି ପ୍ରକୋଷ୍ଠରେ ୫୦ଆଇସିୟୁର ବ୍ୟବସ୍ଥା କରାଯିବ। ଏହାବ୍ୟତୀତ ବହିଃ ବିଭାଗ, ନିଦାନ ଓ ଲଣ୍ଡ୍ରି ଆଦି ସମସ୍ତ ସୁବିଧା ରୋଗୀମାନଙ୍କୁ ଦିଆଯିବ। ରୋଗୀ ସେବାରେ ନିୟୋଜିତ ହେବାକୁ ଥିବା ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ରହିବାର ବ୍ୟବସ୍ଥା ପୃଥକ୍‌ ଭାବେ କଲେଜର ଅନ୍ୟ ଏକ କ୍ୟାମ୍ପସରେ କରାଯିବ। ପ୍ରକାଶ ଯେ, ଏହି ପ୍ରସ୍ତାବିତ ହସ୍ପିଟାଲ କିଛି ଦିନ ପୂର୍ବେ ଏସ୍‌ସିବିର ବିଏସ୍‌ସି ନର୍ସିଂ କଲେଜ ବିଲ୍‌ଡିଂରେ କାର୍ଯ୍ୟକ୍ଷମ ହେବାର ଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କିଛି ବିବାଦ ଦେଖାଦେବାରୁ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଏହାକୁ ଅନ୍ୟତ୍ର ସ୍ଥାନାନ୍ତର କରାଇବା ପାଇଁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri