ଡ୍ରିମ୍‌ ଓ୍ବେଡିଂ ଚାହୁଁଛନ୍ତି ମଲାଇକା

ମୁମ୍ବାଇ: ବି-ଟାଉନର ଲଭ୍‌ ବାର୍ଡ ମଲାଇକା ଅରୋରା ଓ ଅର୍ଜୁନ କପୁର ସବୁବେଳେ ଚର୍ଚ୍ଚାରେ ରହୁଛନ୍ତି। ବହୁଥର ଏହି ଲଭ୍‌ ବାର୍ଡଙ୍କୁ ଏକାଠି ଦେଖିବାକୁ ମଧ୍ୟ ମିଳିଛି। ନିକଟରେ ଦୁହିଁଙ୍କର ମାଲଦ୍ୱୀପ ଓ ନ୍ୟୁୟର୍କରେ ଛୁଟି କଟାଇଥିବାର କିଛି ଫଟୋ ଭାଇରାଲ ହୋଇଥିଲା। ଯାହାକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଥିଲେ। ଗତ କିଛି ଦିନରୁ ଦୁହିଁଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଏହାକୁ ନେଇ ପୂର୍ବରୁ ଏହି କପୁଲ ଖଣ୍ଡନ କରିସାରିଛନ୍ତି। ଇତିମଧ୍ୟରେ ଏବେ ନିଜ ବିବାହକୁ ନେଇ ମଲାଇକା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଅର୍ଜୁନଙ୍କ ସହ ସେ ଡ୍ରିମ୍‌ ଓ୍ବେଡିଂ କରିବାକୁ ଚାହୁଁଛନ୍ତି। ନେହା ଧୂପିଆଙ୍କ ଚିଟ୍‌ଚାଟ ଶୋ’ରେ ମଲାଇକା ଅର୍ଜୁନଙ୍କ ସହ ଡ୍ରିମ୍‌ ଓ୍ବେଡିଂ ବିଷୟରେ ଆଲୋଚନା କରିଥିଲେ। ସମୁଦ୍ରକୂଳରେ ଏକ ହ୍ବାଇଟ ଓ୍ବେଡିଂ କରିବାକୁ ଚାହୁଁଥିବା ବେଳେ ବିବାହ ଦିନ ସେ ଏଲି ସାବ ଗାଉନ ପିନ୍ଧିବେ ବୋଲି କହିଛନ୍ତି। ଏଥିସହ ତାଙ୍କ କନ୍ୟାଯାତ୍ରୀରେ ବ୍ରାଇଡ୍ସମେଡ ସାମିଲ ହେବେ। ହ୍ବାଇଟ ଓ୍ବେଡିଂ ଓ ବ୍ରାଇଡ୍ସମେଡ କନସେପ୍ଟ ତାଙ୍କୁ ବେଶ୍‌ ପସନ୍ଦ ବୋଲି ମଲାଇକା କହିଛନ୍ତି। କେବଳ ସେତିକି ନୁହେଁ ଏହି ଶୋ’ରେ ସେ ଅର୍ଜୁନଙ୍କ ବିଷୟରେ ମଧ୍ୟ କଥାବାର୍ତ୍ତା କରିଛନ୍ତି। ସେ କହିଛନ୍ତି, ସବୁବେଳେ ଅର୍ଜୁନ ଭାବନ୍ତି ମଲାଇକା ତାଙ୍କର ଭଲ ଫଟୋ କ୍ଲିକ କରନ୍ତି ନାହିଁ। କିନ୍ତୁ ଅର୍ଜୁନ ସବୁବେଳେ ମଲାଇକାଙ୍କ ଭଲ ଫଟୋ ଉଠାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri