ଡ. ସୁରେନ୍ଦ୍ର ମିଶ୍ର ପାଇବେ ଗଙ୍ଗାଧର ବଳ ସ୍ମୃତି ସମ୍ମାନ

ପୁରୀ ଅଫିସ, ୧୭।୧୦: ଆସନ୍ତା ୧୯ ତାରିଖରେ କଟକସ୍ଥ ଶ୍ରୀରାମଚନ୍ଦ୍ର ଭବନରେ ଓଡ଼ିଶାର ସର୍ବପ୍ରାଚୀନ ସାହିତ୍ୟ -ସଂସ୍କୃତି ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଗଙ୍ଗାଧର ବଳ ସ୍ମୃତି ସନ୍ଧ୍ୟା ଅନୁଷ୍ଠିତ ହେବ। ଏହି ଉତ୍ସବରେ ବିଶିଷ୍ଟ ସାରସ୍ବତ ସାଧକ ତଥା ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କୁ ୨୦୧୯ ବର୍ଷର ପ୍ରଫେସର ଗଙ୍ଗାଧର ବଳ ସ୍ମୃତି ସମ୍ମାନ ପ୍ରଦାନ କରାଯିବ। ଡ. ମିଶ୍ର ବର୍ତ୍ତମାନ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ରହିଛନ୍ତି। ସେ ଜଗନ୍ନାଥ ଚେତନାର ବହୁ ଅନାଲୋଚିତ ଦିଗ ଆଲୋଚନାସ୍ତରକୁ ଆଣିଛନ୍ତି। ଏଥିସହିତ ଓଡ଼ିଶାର ଅବଲୁପ୍ତ ଐତିହ୍ୟ ଏବଂ ମଧ୍ୟଯୁଗୀୟ ସାହିତ୍ୟକୁ ଚର୍ଚ୍ଚା ପରିସରକୁ ଆଣିବାରେ ସେ ଅନେକ ନୂତନ ପଦକ୍ଷେପ ନେଇଛନ୍ତି। ଏ ପର୍ଯ୍ୟନ୍ତ ତାଙ୍କ ଦ୍ୱାରା ରଚିତ ଓ ସମ୍ପାଦିତ ୧୦୦ରୁ ଅଧିକ ସଂସ୍କୃତ ଏବଂ ଓଡ଼ିଆ ପୁସ୍ତକ ରହିଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଗବେଷଣାତ୍ମକ ପ୍ରବନ୍ଧ ବିଭିନ୍ନ ଆଲୋଚନାଚକ୍ରରେ ପଠିତ ହୋଇ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri