ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗୋପାଳପୁର/କନିଷି(ଡି.ଏନ୍‌.ଏ.),୨୫ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ମହାନଗର ଗୋଇଲୁଣ୍ଡି ଅଞ୍ଚଳର ନୀଳାଞ୍ଚଳ ମହାନ୍ତି (୩୩)।
ପ୍ରକାଶ ଯେ, ଶ୍ୟାମା ଢ଼ାବାର କର୍ମଚାରୀମାନେ ଶନିବାର ରାତିରେ କାମସାରି ଶୋଇଥିଲେ। ରବିବାର ସକାଳୁ ଜଣେ କର୍ମଚାରୀ ଉଠିବାପରେ ଢ଼ାବା ବାରଣ୍ଡାରେ ଥିବା ଏକ ଖଟଉପରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଦେଖିଥିଲେ। ଏନେଇ ଗୋଳନ୍ଥରା ଥାନାକୁ ଖବର ଦିଆଯାଇଥିଲା। ଥାନା ଅଧିକାରୀ ବାବୁଲି ନାୟକ ଅନ୍ୟ ପୋଲିସ ଅଧିକାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିଲା। ନଂ.୩୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ମୃତଦେହର ମୁଣ୍ଡ ଓ ଆଖିରେ ଗଭୀର କ୍ଷତ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି।
ଢାବାକୁ ନୀଳାଞ୍ଚଳ କିପରି ଆସିଲେ, ସେଠାରେ ତାଙ୍କର କିପରି ମୃତ୍ୟୁ ଘଟିଲା, ଢାବା କର୍ମଚାରୀମାନେ କିପରି ଘଟଣାସମ୍ପର୍କରେ କିଛି ଜାଣିପାରିଲେ ନାହିଁ ସେ ନେଇ ପୋଲିସ ତଦନ୍ତ ଚଳାଇଛି। ନୀଳାଞ୍ଚଳଙ୍କ ପରିବାର ଲୋକେ କହିବା ଅନୁଯାୟୀ, ସେ ନିଶା ସେବନ କରନ୍ତି ଓ କିଛିଦିନ ହେଲା ତାଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ଭଲ ନ ଥିଲା। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ଠିକ୍‌ କାରଣ ଜଣାପଡିବ ବୋଲି ପୋଲିସ କହିଛି। ବ୍ୟବଚ୍ଛେଦ ପରେ ମୃତଦେହ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri