Posted inରାଜ୍ୟ

ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ୯ ସରପଞ୍ଚ ପ୍ରାର୍ଥୀ

କୁଜଙ୍ଗ,୮ା୬(ସ୍ବ.ପ୍ର.): ଜୁଲାଇ ୩ ତାରିଖରେ ହେବାକୁ ଥିବା ଢିଙ୍କିଆ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ହୋଇଛି। ୨୩ ଓ୍ବାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ୨୨ଟି ଓ୍ବାର୍ଡ ପାଇଁ ୪୮ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ୯ ନଂ. ଓ୍ବାର୍ଡଟି ଆଦିବାସୀ ମହିଳାଙ୍କ ପାଇଁ ସଂରକ୍ଷିତ ଥିବାବେଳେ ଏହି ବର୍ଗର କେହି ପ୍ରାର୍ଥୀ ନ ଥିବାରୁ ନାମାଙ୍କନପତ୍ର ଦାଖଲ ହୋଇନାହିଁ। ସେହିପରି ଏହି ସମ୍ବେଦନଶୀଳ ପଞ୍ଚାୟତରେ ୯ ଜଣ ପ୍ରାର୍ଥୀ ସରପଞ୍ଚ ପଦବୀ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ପୂର୍ବତନ ସମିତିସଭ୍ୟ କିଶୋର କୁମାର ପରିଡ଼ା, ପୂର୍ବତନ ସମିତି ସଭ୍ୟ ପ୍ରକାଶ ଜେନା, ପ୍ରଳୟ ବିଶ୍ୱାଳ, ତିଳୋତ୍ତମା ପରିଡ଼ା, ଶୁଭାଶିଷ ସୁଭରଞ୍ଜନ ଲେଙ୍କା, ସୁରେଶ ଚନ୍ଦ୍ର ଦାସ, ମୀରା ବିଶ୍ୱାଳ, ପୂର୍ବତନ ନାଏବ ସରପଞ୍ଚ ମମତା ନାୟକ ଓ ରଞ୍ଜନ ବର୍ଦ୍ଧନ। ପ୍ରାର୍ଥୀମାନେ ଏରସମା ଏବିଡିଓ ବିଜୟକେତନ ଚୌଧୁରୀ, ଦୀପକ ଓଝା, ନିର୍ବାହୀ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସାହୁ, ଜିଆର୍‌ଏସ୍‌ ନନ୍ଦିତା ଦାସ ପ୍ରମୁଖଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଥିଲେ। ସୂଚନାଯୋଗ୍ୟ, ପୋସ୍କୋ ଗଣ୍ଡଗୋଳ ଯୋଗୁ ଏହି ପଞ୍ଚାୟତରେ ନିର୍ବାଚନ ହୋଇପାରୁ ନ ଥିଲା। ପରିସ୍ଥିତି ଶାନ୍ତ ପଡ଼ିବା ପରେ ଏଠାରେ ପଞ୍ଚାୟତ ନିର୍ବାଚନ ହୋଇଥିଲା। ଅନ୍ୟ ପଞ୍ଚାୟତଗୁଡିକ ତୁଳନାରେ ଭିନ୍ନ ସମୟରେ ଏହି ପଞ୍ଚାୟତରେ ନିର୍ବାଚନ ହେବାରୁ ଏହାର କାର୍ଯ୍ୟକାଳ ଅନୁଯାୟୀ ଅଲଗା ଭାବେ ନିର୍ବାଚନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri