Posted inରାଜ୍ୟ

ଢିଙ୍କିଆ ପଞ୍ଚାୟତ ନିର୍ବାଚନ : ବିଜେଡି ସମର୍ଥିତ ପ୍ରାର୍ଥୀ କିଶୋର ବିଜୟୀ

କୁଜଙ୍ଗ,୪ା୭(ସ୍ବ.ପ୍ର): ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତ ନିର୍ବାଚନ ବୁଧବାର ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଛି। ଅପରାହ୍ନରେ ଭୋଟ୍‌ ଗଣତି ଶେଷ ହୋଇଥିବାବେଳେ ବୁଥ୍‌ରୁ ମିଳିଥିବା ସୂଚନା ଅନୁଯାୟୀ, ବିଜେଡି ସମର୍ଥୀତ ପ୍ରାର୍ଥୀ କିଶୋର କୁମାର ପରିଡ଼ା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୧୧୪୦ ଭୋଟ୍‌ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛନ୍ତି। ଅନ୍ୟପକ୍ଷରେ ଏକଦା ସସିପିଆଇର ଗଡ଼ ହୋଇ ରହିଥିବା ଏହି ପଞ୍ଚାୟତରେ ଦଳର ଦୁର୍ଗ ଭୁଶୁଡ଼ି ପଡିଛି। ସ୍ଥାନୀୟ ଅଭୟଚାନ୍ଦପୁର ପୋଲିସ ଉପସ୍ଥିତିରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପ୍ରକାଶ ଯେ, ପୋସ୍କୋ ପ୍ରକଳ୍ପକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଏଠାରେ ପଞ୍ଚାୟତ ନିର୍ବାଚନ ହୋଇପାରୁ ନ ଥିଲା। ତେବେ ପୋସ୍କୋ ଫେରିଯିବା ପରେ ପରିସ୍ଥିତି ସ୍ବଭାବିକ ହେବାରୁ ଏଠାରେ ନିର୍ବାଚନ ହେଉଛି। ଚଳିତଥର ନିର୍ବାଚନରେ ୭ଜଣ ସରପଞ୍ଚ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଥିଲେ। ତେବେ ବିଜେଡି ସମର୍ଥିତ ପ୍ରାର୍ଥୀ କିଶୋର କୁମାର ପରିଡ଼ା ଓ ଭାଜପା, କଂଗ୍ରେସ ଓ ସିପିଆଇ ଆଦି ବିଭିନ୍ନ ଦଳର ମିଳିତ ସମର୍ଥନରେ ପ୍ରାର୍ଥୀ ହୋଇଥିବା ପ୍ରକାଶ ଚନ୍ଦ୍ର ଜେନାଙ୍କ ମଧ୍ୟରେ ଜୋରଦାର ଲଢେଇ ହୋଇଥିଲା। ଏହି ପଞ୍ଚାୟତରେ ମୋଟ୍‌ ଭୋଟର ସଂଖ୍ୟା ୭୧୫୦। ସେମାନଙ୍କ ମଧ୍ୟରୁ ୬୦୫୨ ଜଣ ଭୋଟ ଦେଇଥିଲେ। ସେଥିମଧ୍ୟରୁ କିଶୋରଙ୍କ ସପକ୍ଷରେ ୩୪୦୪ ଭୋଟ୍‌ ଯାଇଥିବାବେଳେ ପ୍ରକାଶଙ୍କ ସପକ୍ଷରେ ୨୨୬୪ ଭୋଟ ଯାଇଛି। ନିର୍ବାଚନରେ ବିଜୟୀ ହେବା ପରେ କିଶୋର ତାଙ୍କ ବିଜୟର ଶ୍ରେୟ ସ୍ଥାନୀୟ ବିଧାୟକ ତଥା ଜଳସମ୍ପଦ ମନ୍ତ୍ରୀ ରଘୁନନଦନ ଦାସ, ପୂର୍ବତନ ବାଲିକୁଦା-ଏରସମା ବିଧାୟକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରଦାନ କରିଛନ୍ତି। ତେବେ ଦଳମତ ନିର୍ବିଶେଷରେ ସେ ପଞ୍ଚାୟତରେ ଲୋକଙ୍କ ସେବା କରିବେ ବୋଲି କହିଛନ୍ତି। ଆସନ୍ତା ଦିନରେ ଜେଏସ୍‌ଡବ୍ଲ୍ୟୁ ଏହି ଅଞ୍ଚଳରେ ପ୍ରକଳ୍ପ ପ୍ରତିଷ୍ଠା କରିବାକୁ ଯାଉଥିବାବେଳେ ଏଥିରେ ଢିଙ୍କିଆ ପଞ୍ଚାୟତର ପ୍ରମୁଖ ଭୂମିକା ରହିବ ବୋଲି ସେ ସୂଚନା ଦେଇଛନ୍ତି। ତାଙ୍କୁ ରଞ୍ଜନ ବର୍ଦ୍ଧନ, ଶରତ ସ୍ବାଇଁ, ଚନ୍ଦନ ମହାନ୍ତି, ବାଇନ ମହାନ୍ତି, ପୂର୍ବତନ ସରପଞ୍ଚ ଶିଶିର ମହାପାତ୍ର, ଦିଲ୍ଲୀପ ବେହେରା, ତମିଲ ପ୍ରଧାନ ପ୍ରମୁଖ ବହୁ ସମର୍ଥକ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri