Posted inରାଜ୍ୟ

ଢେଙ୍କାନାଳରେ ଆରମ୍ଭ ହେବ ଶିକ୍ଷାଭିତ୍ତିକ ପାଇଲଟ ପ୍ରୋଜେକ୍ଟ: ‘ବାଙ୍କା’ରେ ଭିତ୍ତିଭୂମି ପରଖିଲା ଶିକ୍ଷା ବିଭାଗ ଟିମ୍‌

ଢେଙ୍କାନାଳ ଅଫିସ, ୨୮।୬- ଶିକ୍ଷାକ୍ଷେତ୍ରରେ ପଛରେ ପଡ଼ିଛି ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲା। ମାଟ୍ରିକ୍‌ ପରୀକ୍ଷାରେ ଜିଲାର ପ୍ରଦର୍ଶନ ରାଜ୍ୟସ୍ତରରେ ଆଖିଦୃଶିଆ ହୋଇପାରିନାହିଁ। ଶିକ୍ଷା କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାଗୁଡ଼ିକର ତ୍ୱରିତ ସମାଧାନ ହେଉନାହିଁ। ଏହାକୁ ନେଇ ଚିନ୍ତାରେ ପଡ଼ିଥିବା ଶିକ୍ଷା ବିଭାଗ ଏବେ ଏଥିରୁ ମୁକୁଳିବାର ବାଟ ଖୋଜୁଛି। ବିହାର ରାଜ୍ୟର ବାଙ୍କା ଜିଲାରେ ଶିକ୍ଷା ଭିତ୍ତିଭୂମିର ବିକାଶ ପାଇଁ କାର୍ଯ୍ୟକାରୀ ହୋଇଥିବା ‘ଉନ୍ନୟନ ବାଙ୍କା’ର ଅବିକଳ ପାଇଲଟ୍‌ ପ୍ରୋଜେକ୍ଟ ସମଗ୍ର ଢେଙ୍କାନାଳରେ ଲାଗୁ କରିବାକୁ ଯୋଜନା କରୁଛି ପ୍ରଶାସନ। ଏହି ପରିପ୍ରେକ୍ଷୀରେ ଶିକ୍ଷା ବିଭାଗ ପ୍ରତିନିଧି ଦଳ ବାଙ୍କା ଜିଲା ପରିଦର୍ଶନ କରି ଶିକ୍ଷା ଭିତ୍ତିଭୂମି ପରଖିଛନ୍ତି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ନିର୍ଦ୍ଦେଶରେ ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ାଙ୍କ ନେତୃତ୍ୱରେ ସଦର ବିଇଓ ନିତ୍ୟାନନ୍ଦ ବାରିକ, କାମାକ୍ଷାନଗର ବିଇଓ ଅଜୟ ପାତ୍ର ପ୍ରମୁଖ ଚଳିତ ମାସ ୨୨ରୁ୨୬ ତାରିଖ ଯାଏ ବାଙ୍କା ଜିଲାର ବିଭିନ୍ନ ସ୍କୁଲ ପରିଦର୍ଶନ କରିଛନ୍ତି।
ବାଙ୍କା ଜିଲାପାଳ କୁନ୍ଦନ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗୁଣାତ୍ମକ ଶିକ୍ଷାର ପ୍ରଗତି ପାଇଁ ଜିଲାରେ ଆରମ୍ଭ ହୋଇଛି ପାଇଲଟ ପ୍ରୋଜେକ୍ଟ ‘ଉନ୍ନୟନ ବାଙ୍କା’। ଏହି କାର୍ଯ୍ୟକ୍ରମ ଅଧୀନରେ ପାଠପଢ଼ା ସହ ଛାତ୍ରୀଛାତ୍ରଙ୍କ ଲାଗି ସହଶିକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆପ୍‌ ମାଧ୍ୟମରେ ପ୍ରତି ସ୍କୁଲକୁ ଶିକ୍ଷା ବିଭାଗ ସହିତ ଯୋଡ଼ାଯାଇଛି। ବିଭିନ୍ନ ସମସ୍ୟାର ତୁରନ୍ତ ସମାଧାନ କରାଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ଏବଂ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ବାଙ୍କାରେ ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ବିହାର ରାଜ୍ୟର ଅନ୍ୟ ୩୮ ଜିଲାରେ କାର୍ଯ୍ୟକାରୀ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଜିଲା ଶିକ୍ଷା ବିଭାଗ ଅଧିକାରୀମାନେ ଉକ୍ତ ପାଇଲଟ ପ୍ରୋଜେକ୍ଟ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି। ଖୁବ୍‌ଶୀଘ୍ର ଢେଙ୍କାନାଳରେ ଏହି ବ୍ୟବସ୍ଥା ଆରମ୍ଭ କରାଯିବାକୁ ଯୋଜନା କରାଯାଉଛି ବୋଲି ଜିଲା ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri