ଢେଙ୍କାନାଳ ଜିଲା ଚିଠି: ଟ୍ରାଫିକ୍‌ ଟେନ୍‌ସନ

ଢେଙ୍କାନାଳ ସମେତ ଜିଲାର ପ୍ରମୁଖ ସହରରେ ଟ୍ରାଫିକ୍‌ ସମସ୍ୟା ଚିନ୍ତାଜନକ ହୋଇଛି। ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ମୋଟରଯାନ ସଂଶୋଧିତ ଆଇନ ଲାଗୁ ହୋଇଛି ସତ, ହେଲେ ବାସ୍ତବ ସ୍ଥିତି ଦେଖିଲେ ଏଥିପ୍ରତି କାହାରି ଖାତିର ନ ଥିବା ଭଳି ମନେହେଉଛି। ଗାଡ଼ି ଚାଳକ, ପଥରାରୀଙ୍କ ମଧ୍ୟରେ ସଚେତନତା ଅଭାବ, ଜନଗହଳିପୂର୍ଣ୍ଣ ସ୍ଥାନରେ ଦ୍ରୁତ ଗାଡ଼ିଚାଳନା ଏହାର ପ୍ରମୁଖ କାରଣ। ଅନ୍ୟପଟେ ବ୍ୟବସ୍ଥାରେ ସୁଧାର ଆଣିବାକୁ ପୋଲିସ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ଖାକି ଉପରେ ମାତ୍ରାଧିକ ଚାପ ପଡୁଛି, ଯାହା ସମସ୍ୟାକୁ ବଢ଼ାଉଛି। ଢେଙ୍କାନାଳରୁ କାମାକ୍ଷାନଗରକୁ ସଂଯୋଗ କରୁଥିବା ୪୦ କି.ମି. ଦୀର୍ଘ ପୂର୍ତ୍ତ ବିଭାଗ ରାସ୍ତା ମରଣଯନ୍ତା ପାଲଟିଛି। ଦୁର୍ଘଟଣାପ୍ରବଣ ସ୍ଥାନରେ ସଚେତନତା ଫଳକ ଲାଗୁନାହିଁ। ୬ମାସ ମଧ୍ୟରେ ଦୁର୍ଘଟଣା ଘଟି ଏହି ରାସ୍ତାରେ ୬ଜଣଙ୍କ ମୃତ୍ୟୁ ଘଟିଲାଣି। ଅନେକେ ଆହତ ମଧ୍ୟ ହେଲେଣି। ଶଙ୍କରପୁର-ଭାପୁର-ଅନୁଗୋଳ-ସମ୍ବଲପୁର ରାସ୍ତାରେ ବେପରୁଆ ଗାଡ଼ି ଚାଳନା ପଥଚାରୀଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି। ସେହିପରି ଢେଙ୍କାନାଳ ସହରର ଅନ୍ୟତମ ବ୍ୟସ୍ତବହୁଳ କୁଞ୍ଜକାନ୍ତ ଅଞ୍ଚଳରେ ଶତାଧିକ ଗାଡ଼ି ଚଳାଚଳ ଯୋଗୁ ରାସ୍ତା ଜାମ୍‌ ହେଉଛି। କିଛିଦିନ ମଧ୍ୟରେ ଏହି ସ୍ଥାନରେ ଦୁର୍ଘଟଣା ଘଟି ୨ଜଣଙ୍କ ଜୀବନହାନି ହେଲାଣି। ସହର ଭିତରେ ଦୁର୍ଘଟଣା ବଢ଼ିଚାଲିଥିଲେ ମଧ୍ୟ ପୋଲିସ ପ୍ରଶାସନର ଚେତା ପଶୁନାହିଁ। ବେପରୁଆ ଗାଡ଼ି ଚାଳକଙ୍କ ଉପରେ ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ତେଣୁ କେହି କାହାରିକୁ ଖାତିର କରୁନାହାନ୍ତି। ଜିଲାରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଟ୍ରାଫିକ୍‌ ସମସ୍ୟାରେ ସୁଧାର ନ ହେଲେ ସାଧାରଣରେ କୁହୁଳୁଥିବା ଅସନ୍ତୋଷ ଉଗ୍ରରୂପ ନେବା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।
– ରତନ ନାୟାର


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri