ଢେଙ୍କାନାଳ ସହରରେ ସିରିଜ ଦୁର୍ଘଟଣାକୁ ନେଇ ଉତ୍ତେଜନା:୪ ବାଇକ୍‌କୁ ଧକ୍କା ଦେଲା କାର୍‌

ଢେଙ୍କାନାଳ ଅଫିସ,୨୮ା୧୨

ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ପଛପାଖ କଚେରୀ ରୋଡ୍‌ରେ ଶୁକ୍ରବାର ସିରିଜ ଦୁର୍ଘଟଣା ଘଟିଛି। ନିଶାଶକ୍ତ ଅବସ୍ଥାରେ ଥିବା ଏକ କାର୍‌ ଚାଳକ ଦ୍ରୁତ ଗତିରେ ଗାଡ଼ି ଚଳାଇ ରାସ୍ତାର ବାମ ପାର୍ଶ୍ୱରେ ୪ଟି ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ବାଇକ୍‌ଗୁଡ଼ିକ ଭାଙ୍ଗିରୁଜି ଯାଇଥିଲା। ଦୁର୍ଘଟଣା ଘଟାଇ କାର ଚାଳକ ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ଲୋକେ ତାଙ୍କୁ କାବୁ କରି ପୋଲିସ ଜିମାରେ ଦେଇଥିଲେ। ଚାଳକ ଜଣକ ମଦ୍ୟପାନ କରିଥିବା ପୋଲିସ ପ୍ରକାଶ କରିଛି।
ଅପରାହ୍ନ ପ୍ରାୟ ୪ଟାରେ ହଠାତ୍‌ ସହରର ଜନଗହଳି ରାସ୍ତାରେ ଏକ କାର୍‌ (ନଂ. ଓଆର.୦୬ଜେ-୮୭୫୦) ଦ୍ରୁତ ଗତିରେ ଯାଉଥିବା ଦେଖି ଲୋକମାନେ ଆତଙ୍କିତ ହୋଇପଡିଥିଲେ। କିନ୍ତୁ ଉକ୍ତ କାର୍‌ ଚାଳକ ରାସ୍ତା ପାର୍ଶ୍ୱରେ ଥୁଆ ହୋଇଥିବା ଗୋଟିଏ ପରେ ଗୋଟିଏ ବାଇକ୍‌କୁ ଧକ୍କା ଦେଇଥିଲେ। ଏହାକୁ ନେଇ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟାଉନ ଥାନା ପୋଲିସ କାର୍‌ ଜବତ କରିବା ସହ ଚାଳକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଏ ସଂକ୍ରାନ୍ତରେ ଟାଉନ ଥାନା ଅଧିକାରୀ ଜ୍ଞାନରଞ୍ଜନ ସାମଲ କହିଛନ୍ତି, କାର୍‌ ଚାଳକ ନିଶାଶକ୍ତ ଥିବା ଜଣାପଡ଼ିଛି। ମଦପିଇ ଗାଡି ଚଳାଇଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ରହିଛି ା ଚାଳକଙ୍କୁ ଅଟକ ରଖି ପଚରାଉଚରା ଜାରି ରହିଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri