ଢେଙ୍କାନାଳ: ୩୩ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୨ା୯

ଆଉ କେଇ ଘଣ୍ଟା ପରେ ଆରମ୍ଭ ହେବ ବିଘ୍ନରାଜ ଗଜାନନଙ୍କ ପୂଜାର୍ଚ୍ଚନା। ଏହି ଗଣପର୍ବରେ ନିଜକୁ ସାମିଲ କରିଛି ସାଂସ୍କୃତିକ ସହର ଢେଙ୍କାନାଳ। ୮ଦିନ ବ୍ୟାପୀ ହେବାକୁ ଥିବା ଏହି ପୂଜା ପାଇଁ ପ୍ରସ୍ତୁତି ଶେଷ ହୋଇ ସାରିଥିବାବେଳେ ରଙ୍ଗିନ ଆଲୋକମାଳାର ରୋଶଣିରେ ଝଲସୁଛି ସମଗ୍ର ସହର।
ଚଳିତବର୍ଷ ୩୩ ପୂଜାମଣ୍ଡପରେ ଗଣପତିଙ୍କୁ ଆବାହନ କରାଯିବ। ଏହାକୁ ନେଇ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଛି। ପୁରାଣ ବର୍ଣ୍ଣିତ କାହାଣୀ, ସାମ୍ପ୍ରତିକ ପରିସ୍ଥିତିକୁ ନେଇ ମଣ୍ଡପରେ ସାଜସଜ୍ଜା କରାଯାଇଛି। ସହରର ପ୍ରମୁଖ ପୂଜାମଣ୍ଡପ ଗଣେଶ ବଜାରରେ ପୂର୍ବାହ୍ନ ସାଢ଼େ ୮ଟାରେ ପୂଜା ଆରମ୍ଭ ହେବ। ୯ ତାରିଖରେ ମିଳିତ ଗଣେଶ ପୂଜା ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ସମସ୍ତ ମେଢ ସାମିଲ ହେବା କାର୍ଯ୍ୟକ୍ରମ ରହିଥିବା ମିଳିତ ଗଣେଶ ପୂଜା କମିଟି ସମ୍ପାଦକ ବିଶ୍ୱନାଥ ବେହେରା ସୂଚନା ଦେଇଛନ୍ତି। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେହିପରି ପରିବେଶ ସୁରକ୍ଷା ପାଇଁ ପଲିଥିନ, ପ୍ଲାଷ୍ଟିକ୍‌କୁ ନିଷିଦ୍ଧ କରାଯାଇଛି। ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବାକୁ କମିଟି ସଭାପତି ସୁଧାଂଶୁ ଦଳେଇ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri