ଢେଙ୍କିକୋଟରେ ସଚେତନତାର ବାର୍ତ୍ତା ଦେଲେ ଅରବିନ୍ଦ

ଢେଙ୍କିକୋଟ, ୨୩।୧୧(ଡି.ଏନ୍‌.ଏ.)-ଦିବ୍ୟାଙ୍ଗହେଲେ ବି ମନରେ ଅଦମ୍ୟ ସାହସ। ‘ଝିଅ ବଞ୍ଚାଅ- ଦେଶ ବଞ୍ଚାଅ’, ‘ରକ୍ତଦାନ – ମହାପୁଣ୍ୟ’ ଏବଂ ‘ଯେକୌଣସି ଗାଡ଼ି ଚଳାଇବାବେଳେ ମୋବାଇଲ୍‌ ଫୋନ୍‌ରେ କଥା ହୁଅନ୍ତୁ ନାହିଁ ’ଏଭଳି ସଚେତନତାର ବାର୍ତ୍ତା ପ୍ରଚାର ଲାଗି ବିହାର ପାଟଣା ଦାନପୁର ଗ୍ରାମର ଦିବ୍ୟାଙ୍ଗ ଯୁବକ ଅରବିନ୍ଦ କୁମାର ମିଶ୍ର ଏକ ୩ ଚକିଆ ରିକ୍ସାରେ ଦେଶ ଭ୍ରମଣ କରୁଛନ୍ତି। ତା୧୯ା୨ା୨୦୧୮ରିଖରେ ସେ ଶ୍ରୀକ୍ଷେତ୍ର ଧାମ ପୁରୀ ଜଗନ୍ନାଥ ମନ୍ଦିରର ସମ୍ମୁଖରୁ ଏହି ବାର୍ତ୍ତା ପ୍ରଚାର ଆରମ୍ଭ କରି ଏହାମଧ୍ୟରେ ବିଭିନ୍ନ ଅଞ୍ଚଳ ବୁଲୁଛନ୍ତି। ୨୦ ନଂ. ଜାତୀୟ ରାଜପଥ ଦେଇ ଆସିବା ବାଟରେ ଅରବିନ୍ଦ ଘଟଗାଁ ବ୍ଲକ ମା’ ତାରିଣୀ ପୀଠ ଦେଇ ଶୁକ୍ରବାର ସନ୍ଧ୍ୟାରେ ଢେଙ୍କିକୋଟଠାରେ ପହଞ୍ଚିଥିଲେ। ତାଙ୍କୁ ଏଠାରେ ସରପଞ୍ଚ ଗୌରୀ ବାରିକ ଅଞ୍ଚଳବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଅରବିନ୍ଦ ପଞ୍ଚାୟତ କାର୍ଯ୍ୟାଳୟରେ ରାତ୍ରିଯାପନ କରି ଶନତବାର ସାପ୍ତାହିକ ହାଟରେ ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ଦେବେ। ଘଟଗାଁ କୋଦଣ୍ଡଧର ସେବା ଫାଉଣ୍ଡେସନର ସଭାପତି ରବୀନ୍ଦ୍ର କୁମାର ଦେହୁରୀ ଏବଂ ଢେଙ୍କିକୋଟର ସାମାଜିକ ବ୍ୟକ୍ତି ଅମରସିଂ ତାଙ୍କୁ ଶୀତ ଦାଉରୁ ରକ୍ଷା ପାଇବା ଲାଗି ଏକ କମଳ ଦେବା ସହ ଖାଦ୍ୟ ସାମଗ୍ରୀ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri