Posted inଜାତୀୟ

ତଟ ସୁରକ୍ଷା ଜାହାଜରେ ନିଆଁ

ବିଶାଖାପାଟଣା, ୧୩ା୮(ଆଇଏଏନ୍‌ଏସ୍‌): ବିଶାଖାପାଟଣା ଉପକୂଳରେ ଥିବା ତଟ ସୁରକ୍ଷା ବାହିନୀର ଏକ ଜାହାଜରେ ସୋମବାର ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି। ଜାହାଜର ଜଣେ କର୍ମଚାରୀ ନିଖୋଜ ହୋଇଥିବାବେଳେ ଅନ୍ୟ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ପୋଡ଼ିଯାଇ ଆହତ ହୋଇଥିବା ୧୬ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ପୂର୍ବାହ୍ନ ୧୧ଟା ୩୦ ମିନିଟ ସମୟରେ କୋଷ୍ଟାଲ ଜାଗୁଆର ଜାହାଜରେ ବିସ୍ଫୋରଣ ଶବ୍ଦ ହେବା ସହ ପ୍ରବଳ ଧୂଆଁ ଉଠୁଥିବା ଦେଖାଯାଇଥିଲା। ଏଥିରେ ଥିବା ସମସ୍ତ ୨୯ କର୍ମଚାରୀ ଜୀବନ ବଞ୍ଚାଇବାକୁ ସମୁଦ୍ର ମଧ୍ୟକୁ ଡେଇଁପଡିଥିଲେ। ଉଦ୍ଧାର କାର୍ଯ୍ୟରେ ଆଇସିଜିଏସ୍‌ ରାନି ରଶମୋନି, ଆଇସିଜିଏସ୍‌ ସମୁଦ୍ର ପହେରେଦାର, ତଟସୁରକ୍ଷା ବାହିନୀର ହେଲିକପ୍ଟର ଏବଂ ବୋଟ୍‌ଗୁଡ଼ିକ ସାମିଲ ହୋଇଥିଲେ। ୨୮ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଦୀର୍ଘ ସମୟ ଉଦ୍ୟମ ସତ୍ତ୍ୱେ ଜଣଙ୍କର ପତ୍ତା ମିଳୁ ନ ଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଜାହାଜର ଡିଜେଲ ବକ୍ସରେ ବିସ୍ଫୋରଣ ହେବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ଅନୁଧ୍ୟାନରୁ ଜଣାପଡିଛି। ଜାହାଜର ୭୦ ଭାଗ ପୋଡ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ସମୟ ପରେ ଆସିବ ୪ ରାଜ୍ୟ ସହ ପଣ୍ଡିଚେରୀର ଫଳାଫଳ, ପଶ୍ଚିମବଙ୍ଗ ଉପରେ ସାରା ଦେଶର ନଜର

ନୂଆଦିଲ୍ଲୀ,୪ା୫: ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳମ୍‌ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀ ବିଧାନସଭା ନିର୍ବାଚନର ଭୋଟଗଣତି ସୋମବାର ହେବ। କିନ୍ତୁ ସାରା ଦେଶର ନଜର ପଶ୍ଚିମବଙ୍ଗ ଫଳାଫଳ…

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ….

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri