ତଣ୍ଡ ଗଣୁଛନ୍ତି ନିୟମ ଉଲ୍ଲଂଘନକାରୀ, ସରକାରୀ ଗାଡ଼ିରୁ ୧୫ହଜାର ଜରିମାନା ଆଦାୟ

ଭୁବନେଶ୍ୱର,୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଦେଶବ୍ୟାପୀ ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ୍‌ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ବୁଧବାର ଜଣେ ଅଟୋ ଚାଳକଙ୍କଠାରୁ ୪୭ହଜାର ୫୦୦ଟଙ୍କା ଜରିମାନା କରାଯାଇଥିବା ବେଳେ ଗୁରୁବାର ଏକ ସରକାରୀ ଗାଡ଼ିରୁ ୧୫ହଜାର ଟଙ୍କା ଆଦାୟ ହେବା ଆଲୋଚନାର ବିଷୟ ପାଲଟିଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କଠାରୁ ଏହି ଜରିମାନା ଆଦାୟ କରାଯାଇଛି।

ସୂଚନାନୁଯାୟୀ, ସ୍ଥାନୀୟ ନାଲ୍‌କୋ ଛକରେ ଯାଞ୍ଚ କରାଯାଉଥିବା ବେଳେ ଗୁଡ୍ସ କ୍ୟାରିୟରରେ କର୍ମଚାରୀଙ୍କୁ ନେଉଥିବା ଯୋଗୁ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କଠାରୁ ଏହି ଜରିମାନା ଆଦାୟ କରାଯାଇଛି। ଡାଲାରେ କର୍ମଚାରୀଙ୍କୁ ନେଉଥିବାରୁ ୫ହଜାର ଏବଂ ପରମିଟ୍‌ ନ ଥିବାରୁ ୧୦ହଜାର ଟଙ୍କା ଜରିମାନା କରାଯାଇଥିବା ସୂଚନା ମିଳିଛି।
ପ୍ରକାଶଯୋଗ୍ୟ, ଆଚାର୍ଯ୍ୟ ବିହାର ଛକରେ ବୁଧବାର ଚେକିଂ ଚାଲୁଥିବା ବେଳେ ୮ ନିୟମ ଭଙ୍ଗ ପାଇଁ ଅଟୋ ଚାଳକ ହରିବନ୍ଧୁ କହଁରଙ୍କ ଉପରେ ୪୭ହଜାର ୫୦୦ଟଙ୍କାର ଜରିମାନା ଲଗାଯାଇଛି। ଏହି ଜରିମାନା ପରିମାଣ ଦେଶରେ ଦ୍ୱିତୀୟ ସର୍ବାଧିକ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri