ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଏହାକୁ ସ୍ବୀକାର କରିଛନ୍ତି। ସେହିଭଳି ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ବେଳେ ପୋଲିସ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ମଧ୍ୟ ସରକାର ବିଧାନସଭା ଭିତରେ ନା ବାହାରେ ଏହି ସମ୍ବେଦନଶୀଳ ପ୍ରସଙ୍ଗ ଚର୍ଚ୍ଚା କରିବାକୁ ପ୍ରସ୍ତୁତ ନାହାନ୍ତି। ମହିଳାଙ୍କୁ ସୁରକ୍ଷା ଦେବା ପରିବର୍ତ୍ତେ ସରକାର ଏହି ପ୍ରସଙ୍ଗରେ ରାଜନୀତିକରଣ ବନ୍ଦ କରିବାକୁ କହୁଛନ୍ତି। ଅନେକ ସମୟରେ ଥାନା ଅଧିକାରୀମାନେ ଏତଲା ରଖୁ ନାହାଁନ୍ତି। ବହୁ ସ୍ଥାନରେ ଶାସକ ଦଳର ପ୍ରଭାବଶାଳୀ ନେତାଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସ କାର୍ଯ୍ୟ କରୁଛି। ସ୍ମିତାରାଣୀ ଘଟଣାରେ ତଦନ୍ତକୁ ବାଟବଣା କରିବା ପାଇଁ ପୋଲିସ ପ୍ରଶାସନ ତଥ୍ୟ ପ୍ରମାଣ ନଷ୍ଟ କରିଛି। ଏହି ଘଟଣାରେ ବିଜେଡିର ପ୍ରଭାବଶାଳୀ ନେତା, ବିଧାୟକ, ମନ୍ତ୍ରୀ, ରାମ୍‌କୋ ଅଧିକାରୀଙ୍କ ସମ୍ପୃକ୍ତି ଥିବାରୁ ପୋଲିସ ତଥ୍ୟ ପ୍ରମାଣ ନଷ୍ଟ କରିଛି। ଅପରପକ୍ଷରେ ସ୍ମିତାରାଣୀ ତଦନ୍ତକୁ ଦିଗହରା କରିବା ପାଇଁ ପୋଲିସ ଡିଜି ପଦରୁ ବି.କେ ଶର୍ମାଙ୍କୁ ହଟାଯାଇଛି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି। ଲେଖାଶ୍ରୀଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ସରକାରଙ୍କ ନଜରକୁ ଯେଉଁସବୁ ଘଟଣା ଆସିଛି ତା’ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି। ସବୁ ଘଟଣାରେ ଦୋଷୀକୁ ମଧ୍ୟ ଦଣ୍ଡ ଦିଆଯାଇଛି। ଲେଖାଶ୍ରୀ ମ୍ୟାଡାମ୍‌ ପ୍ରଥମେ ଆସାମ ଏବଂ ଉତ୍ତରପ୍ରଦେଶରେ ଯେତେ ବଳାତ୍କାର ଘଟୁଛି ସେକଥା କୁହନ୍ତୁ। ସେହି ଦୁଇ ରାଜ୍ୟରେ ଭାଜପା ସରକାର ଥିବାବେଳେ ସର୍ବାଧିକ ବଳାତ୍କାର ହେଉଛି। ପ୍ରଥମେ ସେହି ଦୁଇ ରାଜ୍ୟ କଥା କୁହନ୍ତୁ ତା’ପରେ ଓଡ଼ିଶା କଥା କହିବେ ବୋଲି ପ୍ରମିଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri