ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା

ଭୁବନେଶ୍ୱର,୭-୧୧(ବ୍ୟୁରୋ): ପ୍ରମୁଖ ଜୁଏଲେରୀ ବ୍ରାଣ୍ଡ ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା କରାଯାଇଛି। ବିବାହ ସମୟରେ ଗହଣା କ୍ରୟକୁ ଅଧିକ ଆକର୍ଷଣୀୟ କରିବା ଦିଗରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ତନିଷ୍କ ଶୋ’ରୁମଠାରେ ଏହି ଅଫରକୁ ଆରମ୍ଭ କରାଯାଇଛି। ଏଥିରେ ଗ୍ରାହକମାନେ ସୁନା ଗହଣା ଗଢା ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ ରିହାତି ଲାଭ କରିପାରିବେ। ନଭେମ୍ବର ପହିଲାରୁ ଆସନ୍ତା ମାସ ୧୫ ଯାଏ ଏହି ଅଫରର ଲାଭ ଗ୍ରାହକ ନେଇ ପାରିବେ। ଏହି ସମୟରେ କମ୍ପାନୀ ଅଧିକ ଡିଜାଇନର ଗହଣା ସହ ଶୁଦ୍ଧତା ପ୍ରଦାନ କରୁଛି। ଏହି ଅବସରରେ କମ୍ପାନୀ ରିଭା କଲେକ୍ସନ, ରିଭା ଡାଇମଣ୍ଡସ ବ୍ରାଇଡସ କଲେକ୍ସନ, ଅହଲ୍ୟା କଲେକ୍ସନ, ରେଡ କାର୍ପେଟ କଲେକ୍ସନ, ସ୍ବୟମ, ଉତ୍ସବ, ଲାବଣ୍ୟମ, ଗୁଲନାଜ, ପ୍ରୀନ ଏବଂ ଆଭିର ଭଳି ସ୍ବତନ୍ତ୍ର ଡିଜାଇନ ଗହଣା ପ୍ରଦାନ କରୁଛି। ଟାଇଟାନର ପ୍ରମାଣନ ଏବଂ ଟାଟା ଗ୍ରୁପ ଭରଷାର ପ୍ରତିଫଳନ ଗ୍ରାହକ ଏଠାରେ ଲାଭ କରିପାରିବେ। ଶୋ’ରୁମଗୁଡିକରେ ଷ୍ଟେଟ ଅଫ୍‌ ଆର୍ଟ କ୍ୟାରେଟ ମିଟର ସୁବିଧା, ୨୨ ଏବଂ ୧୮ କ୍ୟାରେଟ ଗହଣା, ୫ ହଜାରରୁ ଉର୍ଦ୍ଧ୍ୱ ପାରମ୍ପରିକ, ପାଶ୍ଚାତ୍ୟ ଓ ଫ୍ୟୁଜନ ଗହଣା ପ୍ରଦାନ କରାଯାଉଥିବା ତନିଷ୍କ ପକ୍ଷରୁ କୁହାଯାଇଛି। କାର୍ଯ୍ୟକ୍ରମ ଅବସରରେ ଶୋ’ରୁମ ଫ୍ରାଞ୍ଚାଇଜ ଓନର ମାନିକ ହଂସଙ୍କ ସମେତ କମ୍ପାନୀର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri