ତପ୍ତପାଣି ଘାଟିରେ ଓଲଟିଲା ମିନିବସ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତପ୍ତପାଣି ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଏକ ମିନିବସ ଓଲଟି ପଡ଼ିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ରଘୁନାଥ ଗୌଡ଼। ଆହତମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ମଙ୍ଗଳବାର ସକାଳେ ଦୁଆରଗାଁର ଧୋବା ଗୌଡ଼ଙ୍କ ପୁଅ ରଞ୍ଜନଙ୍କ ନିର୍ବନ୍ଧ ଭୋଜି ପାଇଁ ବନ୍ଧୁବାନ୍ଧବ ଗଜପତି ଜିଲା ଚାନ୍ଦିପୁଟ ଗାଁକୁ ମିନିବସ (ନଂ.ଓଆର୦୭ ଏନ ୦୮୫୫)ରେ ଯାଇଥିଲେ। ସେଠାରୁ ଫେରିବା ବେଳେ ତପ୍ତପାଣି ଘାଟିର ବେଲଗଡ଼ ଗାଁ ନିକଟରେ ବ୍ରେକ୍‌ ଫେଲ ହେବାରୁ ମିନିବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ରଞ୍ଜନଙ୍କ ସମ୍ପର୍କୀୟ ମାମୁ ରଘୁନାଥଙ୍କ ସମେତ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଖବରପାଇ ସାନଖେମୁଣ୍ଡି, ମୋହନା ଏବଂ ଦିଗପହଣ୍ଡି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ରଘୁନାଥ ଗୌଡ଼ଙ୍କୁ ଡାକ୍ତର ସୋନାଲି ଗୁପ୍ତା ମୃତ ଘୋଷଣା କରିଥିଲେ। ଆହତ ଭଗବାନ ଗୌଡ଼, ନମିତା ଗୌଡ଼, ଲକ୍ଷ୍ମୀ ଗୌଡ଼, ଅହଲ୍ୟା ଗୌଡ଼, ସୁରେନ୍ଦ୍ର ସାହୁ, ସାଇବାଣୀ ଗୌଡ଼, ତମାଳ ଗୌଡ଼, ସାବିତ୍ରୀ ଗୌଡ଼, ସୁରେନ୍ଦ୍ର ଗୌଡ଼, ବାସନ୍ତୀ ଗୌଡ଼, ଦୁର୍ଯେୟା ଗୌଡ଼, ଖଲିଆ ଗୌଡ଼, ସୁପ୍ରଭା ଗୌଡ଼, ରିଙ୍କି ଗୌଡ଼, ମାମି ଗୌଡ଼, ପ୍ରଭାସିନୀ ଗୌଡ଼, ଦୀପକ ଗୌଡ଼, ସୁଭଦ୍ରା ଗୌଡ଼, ନୟନୀ ଗୌଡ଼, ସୁଦାମ ଗୌଡ଼, ଶାରଳା ଗୌଡ଼, ଗୋଲାପୀ ଗୌଡ଼, ଅମଳା ଗୌଡ଼, ବିଶିନା ଗୌଡ଼ ପ୍ରମୁଖଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପାଟପୁର ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ରଘୁନାଥଙ୍କ ମୃତଦେହ ଜବତ କରିଛି। ଏ ନେଇ ଥାନାରେ ନଂ.୧୦୨/୧୯ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି। ଗାଡ଼ି ଚାଳକ ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri