ତମ୍ବା ପାତ୍ରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ

ବର୍ତ୍ତମାନ ଲୋକେ ଯେତେ ସ୍ବାସ୍ଥ୍ୟ ସଚେତନ ହୋଇଛନ୍ତି ପୂର୍ବରୁ ତାହା ଏତେଟା ନ ଥିଲା। ଏହା ସତ ହେଲେ ଏବେ ଅଧିକାଂଶ ଲୋକେ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ତା’ର କାରଣ ହେଲା ପରିବେଶ ପ୍ରଦୂଷଣ ଓ ଆଧୁନିକ ଜୀବନଶୈଳୀ। ଏବେ ଅଧିକାଂଶ ଲୋକଙ୍କ ମୁହଁରୁ ଶୁଣିବାକୁ ମିଳେ ତମ୍ବା ପାତ୍ର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଭଲ। ତେଣୁ ତମ୍ବା ପାତ୍ରରେ ଲୋକେ ପାଣି ପିଇବା ମଧ୍ୟ ଅଭ୍ୟାସ ରଖିଛନ୍ତି। ହେଲେ ଏହି ତମ୍ବା ପାତ୍ର କେତେବେଳେ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ତାହା ହୁଏତ କେହି କେହି ଜାଣି ନ ଥିବେ। ବିଶେଷଜ୍ଞମାନେ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି…
-ତମ୍ବା ପାତ୍ରରେ ପାଣି ପିଇବା ଭଲ। ହେଲେ ଏଥିରେ ଲେମ୍ବୁ ପାଣି ପିଇବା କ୍ଷତିକାରକ। କାରଣ ଲେମ୍ବୁରେ ଥିବା ସାଇଟ୍ରିକ୍‌ ଏସିଡ୍‌ ଶରୀର ପାଇଁ ଭଲ ହୋଇଥିବା ବେଳେ ଏହା ଯଦି ତମ୍ବା ସହ ମିଶିଯାଏ ତେବେ ଏହା ଶରୀରର କ୍ଷତି ଘଟାଇଥାଏ।
-ଦହିରେ ଥିବା ବ୍ୟାକ୍ଟେରିଆ ଲାକ୍ଟୋବେସିଲସ ପେଟ ସମସ୍ୟାକୁ ଠିକ୍‌ କରିଥାଏ। ହେଲେ ଦହିକୁ ଯଦି ତମ୍ବା ପାତ୍ରରେ ରଖାଯାଏ ତେବେ ଏହା ଶରୀର ଉପରେ ଓଲଟା ପ୍ରଭାବ ପକାଇଥାଏ।
-ଦହି, କ୍ଷୀର ଅବା କ୍ଷୀରରୁ ପ୍ରସ୍ତୁତ ଯେ କୌଣସି ଖାଦ୍ୟକୁ ଯଦି ତମ୍ବା ପାତ୍ରରେ ରଖି ଖିଆଯାଏ ତେବେ ବାନ୍ତି, ଡାଏରିଆ ଭଳି ସମସ୍ୟା ଦେଖାଦିଏ।
-ଆଚାରକୁ ତମ୍ବା ପାତ୍ରରେ ଖାଇବା କ୍ଷତିକାରକ। ଏହାର ଖଟା ଅଂଶ ତମ୍ବା ସଂସ୍ପର୍ଶରେ ଆସିଲେ ବିଷ ପାଲଟି ଯାଇଥାଏ। ଏହାକୁ ଖାଇଲେ ଶରୀରରେ ନାନା ରୋଗ ସୃଷ୍ଟି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri