ତହସିଲଦାରଙ୍କୁ ୬ଘଣ୍ଟା ଅଟକ ରଖି ରାସ୍ତାରୋକୋ

ସଜନାଗଡ଼,୫।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ବୁଧବାର ଏକ ବାଲିବୋଝେଇ ଗାଡ଼ିକୁ ଜବତ କରାଯିବା ବେଳେ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁଙ୍କୁ ପୁଣି ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ବାଲିଗାଡି ଚାଳକ ଚାଲାଣ ଦେଖାଇବା ସତ୍ତ୍ୱେ ସନ୍ଦେହରେ ତାଙ୍କୁ ତହସିଲ ଅଫିସକୁ ଧରି ନିଆଯାଉଥିଲା। ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ସେଠାରେ ତହସିଲ କର୍ତ୍ତୃପକ୍ଷଙ୍କ ଏକ ମନ୍ତବ୍ୟର ପ୍ରତିବାଦ ଜଣାଇ ସ୍ଥାନୀୟ ଲୋକେ ତହସିଲ ଜିପ୍‌କୁ ଘେରି ଯାଇ ୬ଘଣ୍ଟା ଧରି ଅଟକ ରଖିବା ସହ ରାସ୍ତାରୋକୋ କରି ଧାରଣା ଦେଇଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବା ଖବର ପାଇ ପୋଲିସ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ।
ଗ୍ରାମବାସୀ ସେଠାରେ ଉପସ୍ଥିତ ନୀଳଗିରି ଉପଜିଲାପାଳ ହରିଶ ଚନ୍ଦ୍ର ଜେନାଙ୍କୁ ଘଟଣା ସମ୍ପର୍କରେ ଦେଇଥିବା ଲିଖିତ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ନୀଳଗିରି ତହସିଲଦାର ମିତ୍ରପୁର ଆର୍‌ଆଇ ଏବଂ ତହସିଲ ଅଫିସର ଜଣେ କର୍ମଚାରୀ ବୁଧବାର ସକାଳେ ମିତ୍ରପୁର କାଠପାଳ ଅଞ୍ଚଳକୁ ଆସିଥିବା ବେଳେ କାଠପାଳ ପୋଲଠାରେ ଏକ ବାଲି ବୋଝେଇ ଟ୍ରକ୍‌କୁ ଅଟକାଇ ଯାଞ୍ଚ କରିଥିଲେ। ଡ୍ରାଇଭର ପରମିଟ୍‌ ଦେଖାଇବା ସତ୍ତ୍ୱେ ତାଙ୍କଠାରୁ ପରମିଟ୍‌ ସହ ମୋବାଇଲକୁ ମଧ୍ୟ ଛଡାଇ ନିଆଯାଇଥିଲା। ପରେ ଟ୍ରକ୍‌କୁ ନୀଳଗିରି ଅଣା ଯାଉଥିବାବେଳେ ଅଞ୍ଚଳବାସୀ ସୂଚନା ପାଇ ମଛୁଆଛକଠାରେ ପହଞ୍ଚିଥିଲେ। ସେମାନେ ତହସିଲ କର୍ତ୍ତୃପକ୍ଷଙ୍କୁ ଅଟକାଇ ‘ଟ୍ରକର ପରମିଟ୍‌ ଠିକ୍‌ ଥିବା ସତ୍ତ୍ୱେ କ’ଣ ପାଇଁ ଏହାକୁ ନିଆଯାଉଛି’ ବୋଲି ପଚାରିଥିଲେ। ସେଠାରେ ଯୁକ୍ତିତର୍କ ହେବା ବେଳେ ତହସିଲଦାର ପ୍ରତିବାଦ କରୁଥିବା ଲୋକଙ୍କୁ ତାଗିଦ କରିଥିଲେ। ଲୋକଙ୍କୁ ବୁଝାଇବା ପରିବର୍ତ୍ତେ ଚୋର ବୋଲି କହି ଦୁର୍ବ୍ୟବହାର ପ୍ରଦର୍ଶନ କରିବାରୁ ସ୍ଥାନୀୟ ଲୋକେ ଏବଂ ଟ୍ରକ୍‌ ମାଲିକମାନେ ଏକତ୍ରିତ ହୋଇ ତହସିଲଦାରଙ୍କ ଗାଡ଼ିକୁ ଅଟକାଇଥିବା କହିଥିଲେ। ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସେମାନେ ତହସିଲଦାରଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ଅଟକ ରଖି ଉଦଳା-ମିତ୍ରପୁର ରାସ୍ତାର ମଛୁଆ ଛକକୁ ଅବରୋଧ କରିଥିଲେ। ରାସ୍ତାରୋକୋ ଖବର ପାଇ ନୀଳଗିରି ଉପଜିଲାପାଳ ଜେନା, ନୀଳଗିରି ଥାନା ସବ୍‌ଇନ୍ସପେକ୍ଟର ଗଣେଶ ତ୍ରିପାଠୀ ଓ ସସ୍ମିତା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଉତ୍ତ୍ୟକ୍ତ ଲୋକେ ତହସିଲ କର୍ତ୍ତୃପକ୍ଷଙ୍କ ଜୁଲମ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏ ସେମାନେ ରାସ୍ତାରୋକୋରୁ ହଟିବେ ନାହିଁ କହିଥିଲେ। ପରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ଜେନା ଆନ୍ଦୋଳନକାରୀଙ୍କର ଏକ ପ୍ରତିନିଧି ଦଳ ସହ ଆଲୋଚନା କରିଥିଲେ। ତହସିଲ କର୍ତ୍ତୃପକ୍ଷ କୌଣସି ମାଲବୋଝେଇ ଗାଡ଼ି ଉପରୁ ମନଇଚ୍ଛା ଜରିମାନା ଆଦାୟ ନ କରି ଏକ କମିଟି ଗଠନ କରି ନିଷ୍ପତ୍ତି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ତହସିଲଦାରଙ୍କୁ ଅଟକ ରଖାଯିବା ଘଟଣାରେ ଥାନା କିମ୍ବା ତହସିଲ ଅଫିସ୍‌ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେବ ନାହିଁ ବୋଲି କୁହାଯିବାରୁ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଉଲ୍ଲେଖନୀୟ ଯେ, ପୂର୍ବରୁ ଏଭଳି ଧରପଗଡ ଘଟଣାରେ ତହସିଲ କର୍ତ୍ତୃପକ୍ଷଙ୍କୁ ଲୋକଙ୍କ ବିରୋଧର ସମ୍ମୁଖୀନ ହେବାକୁ ପଡିଥିଲା। ଏ ସମ୍ପର୍କରେ ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କୁ ପଚାରିବାରୁ କହିଛନ୍ତି, ବାଲି ଟ୍ରକ୍‌ର ଚାଲାଣରେ ଟ୍ୟାମ୍ପରିଂ ହୋଇଥିବା ଆଶଙ୍କା କରି ତହସିଲ କର୍ତ୍ତୃପକ୍ଷ ଏହାକୁ ଅଟକାଇ ନୀଳଗିରି ଆଣୁଥିଲେ। ସେଠାରେ ସ୍ଥାନୀୟ ଲୋକଙ୍କ ସହ ଯୁକ୍ତିତର୍କ ହେବାରୁ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଗ୍ରାମବାସୀଙ୍କ ଲିଖିତ ଅଭିଯୋଗ ଅନୁଯାୟୀ ଏହାର ତଦନ୍ତ କରି ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri