ତହସିଲଦାରଙ୍କ ଅଚାନକ ଶେରଗଡ଼ ମେଡିକାଲ, ବିଇଓ କାର୍ଯ୍ୟାଳୟ ପରିଦର୍ଶନ: କାର୍ଯ୍ୟାଳୟରେ କର୍ମଚାରୀ ଅନୁପସ୍ଥିତ ନେଇ ଖୁବ୍ଧ

ଶେରଗଡ଼,୫ା୭(ଡି.ଏନ.ଏ.)- ଶେରଗଡ଼ ମେଡିକାଲ ଓ ଶିକ୍ଷା ବିଭାଗରେ ବହୁ ଅବ୍ୟବସ୍ଥା ଲାଗି ରହିଥିବା ଗଞ୍ଜାମ ଜିଲାପାଳଙ୍କ ନିକଟରେ ଖବର ପହଞ୍ଚତ୍ ଥିଲା। ଏନେଇ ତୁରନ୍ତ ତଦନ୍ତ କରିବାକୁ ଜିଲାପାଳ ତହସିଲଦାର ଡ. ଦୟାସିନ୍ଧୁ ପରିଡାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାର ତହସିଲଦାର ପରିଡା ସଦଳବଳ ପ୍ରଥମେ ଶେରଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚତ୍ଥିଲେ। ସ୍ତ୍ରୀ ପ୍ରସୂତୀ ବିଭାଗ, ୱାର୍ଡଗୁଡିକ ବୁଲିବା ପରେ ଡାକ୍ତର ଓ କର୍ମଚାରୀଙ୍କ ଉପସ୍ଥାନ ପଚାରି ବୁଝିଥିଲେ। ଡାକ୍ତରମାନେ ଠିକ ସମୟରେ ଆସୁନଥିବା, ଭାରପ୍ରାପ୍ତ ଅଧିକାରୀ ସପ୍ତାହକୁ ତିନି ଦିନ ଆସିବା, ଡାକ୍ତରମାନେ ଦାୟିତ୍ୱରେ ଥାଇ ଡାକ୍ତରଖାନାକୁ ନ ଆସି ବାହାରେ ଚିକିତ୍ସା କରୁଛନ୍ତି ବୋଲି ରୋଗୀମାନେ ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଥିଲେ। ପ୍ରସୂତୀ ବିଭାଗରେ ଡାକ୍ତର ୩ଦିନ ଆସୁଥିବାବେଳେ ଅନ୍ୟଦିନ ମାନଙ୍କରେ ଷ୍ଟାଫନର୍ସ ଓ ଆଟେଣ୍ଡାଣ୍ଟ ଚିକିତ୍ସା କରୁଛନ୍ତି। ନିରାମୟ ଯୋଜନାରେ ୩୫୦ ଔଷଧ ତାଲିକାରେ ଲେଖାଥିବାବେଳେ ମାତ୍ର ୧୫୦ ପ୍ରକାର ଔଷଧ ମହଜୁଦ ଥିବା ଦେଖିଥିଲେ। ଏହାପରେ ତହସିଲଦାର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ୪ଜଣ କିରାଣି କାର୍ଯ୍ୟାଳୟରେ ନଥିବା, ଏବିଇଓ ଓ ବିଇଓ ନଥିବା ଡେଖିଥିଲେ। ଏନେଇ ରିପୋର୍ଟ ଜିଲାପାଳଙ୍କୁ ଦିଆଯିବ ବୋଲି ତହସିଲଦାର ପରିଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri