ତହସିଲ କାର୍ଯ୍ୟାଳୟରେ ନାହିଁ ପିଇବା ପାଣି

ନାଉଗଁ।,୧୧ା୬(ସ୍ବ.ପ୍ର.): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ସ୍ଥାନରେ ପାନୀୟଜଳ ବ୍ୟବସ୍ଥା କରିବାକୁ ସରକାର ଗୁରୁତ୍ୱ ଦେଉଥିବା କହୁଛନ୍ତି। ମାତ୍ର ଖୋଦ୍‌ ସରକାରୀ କାର୍ଯ୍ୟାଳୟରେ ଏହି ସୁବିଧା ନ ଥିବାରୁ ଲୋକେ ହଇରାଣ ହେଉଥିବା ଦେଖିବାକୁ ମିଳୁଛି। ନାଉଗଁା ତହସିଲ କାର୍ଯ୍ୟାଳୟରେ ଥିବା ପାନୀୟଜଳ ପ୍ରକଳ୍ପଟି ଦୀର୍ଘଦିନ ଧରି ଅଚଳ ହୋଇପଡିଛି। ଫଳରେ ଏହି ତହସିଲ ଉପରେ ନିର୍ଭରଶୀଳ ୧୬ ପଞ୍ଚାୟତର ଜନସାଧାରଣ, ଛାତ୍ରୀଛାତ୍ର ଜମିଜମା କାଗଜପତ୍ର ଓ ସାର୍ଟିଫିକେଟ ପାଇଁ ଆସିବାବେଳେ ପିଇବାକୁ ପାଣି ଟୋପେ ପାଉନାହାନ୍ତି। ପ୍ରକାଶ ଯେ, ପାରାଦୀପ ପୋର୍ଟ ଟ୍ରଷ୍ଟର ପାରିପାର୍ଶ୍ୱିକ ଉନ୍ନତୀକରଣ ପାଣ୍ଠିରେ ତହସିଲ କାର୍ଯ୍ୟାଳୟ ପରିସରରେ ଏକ ଶୁଦ୍ଧ ପାନୀୟଜଳ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଛି। କିନ୍ତୁ ପ୍ରକଳ୍ପ ନିର୍ମାଣ ସମୟରେ ବିଭାଗୀୟ ଯନ୍ତ୍ରୀ ଓ ଠିକାଦାରଙ୍କ ସଲାସୁତରାରେ ନିମ୍ନମାନର ଯନ୍ତ୍ରପାତି ବ୍ୟବହାର କରାଯାଇଥିବାରୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାର ଅଳ୍ପଦିନ ମଧ୍ୟରେ ଅଚଳ ହୋଇପଡିଛି। ଏହାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବିଭାଗ ପକ୍ଷରୁ ମରାମତି କରାଯାଇଥିଲା। କିନ୍ତୁ କିଛିଦିନ ପରେ ତାହା ପୁଣି ଅଚଳ ହୋଇପଡିଛି। ଏହି କାର୍ଯ୍ୟାଳକୁ ବହୁ ଦୂରରୁ ଲୋକେ ବିଭିନ୍ନ କାର୍ଯ୍ୟରେ ଆସି ଦୀର୍ଘ ସମୟ ଅପେକ୍ଷା କରୁଛନ୍ତି। ଶୋଷ ହେଲେ ପାଣି ଟୋପେ ପିଇବାକୁ ନ ମିଳିବାରୁ ସେମାନେ ବାହାର ଦୋକାନରୁ କିଣିବାକୁ ବାଧ୍ୟ ହେଉଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଚନ୍ଦ୍ରଶେଖର ସାହୁଙ୍କୁ ପଚାରିବାରୁ ସେ କହିଲେ ଯେ, ଉକ୍ତ ପ୍ରକଳ୍ପଟି ତହସିଲ କାର୍ଯ୍ୟାଳୟ ପରିସରରେ ରହିଛି। ତେଣୁ ମରାମତି ପାଇଁ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବିଡିଓଙ୍କୁ ଅବଗତ କରାଯିବା ପରେ
ବିଡିଓଙ୍କ ନିର୍ଦ୍ଦେଶ କ୍ରମେ ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri