ଧର୍ମଶାଳା,୪।୬(ଡି.ଏନ୍.ଏ.)- ଧର୍ମଶାଳା ତହସିଲଦାର ଓ ଅତିରିକ୍ତ ତହସିଲଦାର ରବିବାର ଓ ସୋମବାର ରାସ୍ତାକାମ ପାଇଁ ବେଆଇନଭାବେ ମାଟି ଆଣୁଥିବା ୬ଟି ହାଇୱା, ଗୋଟିଏ ଟ୍ରାକ୍ଟର ଓ ଗୋଟିଏ ଡ୍ରିଲିଂ ମେଶିନ୍ ଜବତ କରିଛନ୍ତି। ୧୬ନଂ ଜାତୀୟ ରାଜପଥ ପ୍ରସସ୍ଥୀକରଣ ପାଇଁ କାମନେଇଥିବା ଠିକାଦାର ବେଆଇନଭାବେ ବିଭିନ୍ନସ୍ଥାନରୁ ମାଟି ଉତ୍ତୋଳନ କରି ହାଇୱା ସାହାଯ୍ୟରେ ଆଣି କାମରେ ଲଗାଉଛନ୍ତି। ଏ ନେଇ ଅଭିଯୋଗ ପାଇବା ପରେ ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା ଓ ଅତିରିକ୍ତ ତହସିଲଦାର ଦେବୀପ୍ରସାଦ ମହାନ୍ତି ଧର୍ମଶାଳା-କବାଟବନ୍ଧ ରାସ୍ତାର ନାକପୋଲ ଓ ଚଣ୍ଡିଖୋଲ- ଡୁବୁରୀ ରାସ୍ତାର କଣ୍ଟିଗଡିଆଠାରେ ଚଢାଉ କରିଥିଲେ। ସୋମବାର ୨ଟି ହାଇୱା ଓ ରବିବାର ୪ଟି ହାଇୱା, ଟ୍ରାକ୍ଟର ଓ ଗୋଟିଏ ଡ୍ରିଲିଂ ମେଶିନକୁ ଜବତ କରି ଥାନା ଓ ଫାଣ୍ଡିରେ ଅଟକ ରଖିଛନ୍ତି। ଜବତ ଗାଡିଗୁଡିକଠାରୁ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ତହସିଲଦାର ପଣ୍ଡା ସୂଚନା ଦେଇଛନ୍ତି।
Posted inHome Left, ଆମ ଜିଲା ଖବର View All
ୟୁକ୍ରେନ୍-ରୁଷିଆ ଯୁଦ୍ଧ: ୟୁକ୍ରେନ୍ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର
ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍ ଉପରେ ଜୋର୍ଦାର ଏୟାରଷ୍ଟ୍ରାଇକ୍ କରିଥିବା ବେଳେ କିଭ୍ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍ ଓଜନଦାର ଡ୍ରୋନ୍ ଯୋଗେ…
ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍ଦାର ଶତକ, ଭାରତ ୪୬୦/୯
ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଭାରତୀୟ ବ୍ୟାଟର ଦମ୍ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର
ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
Archives

