Posted inଖେଳ

ତାଇଓ୍ବାନ ଏକାଡେମୀରେ ଯୋଗଦେଲେ ସିନ୍ଧୁଙ୍କ କୋଚ୍‌

ପୁଣେ,୧୫।୧୧- ପି. ଭି. ସିନ୍ଧୁ ବିଶ୍ୱ ଚାମ୍ପିୟନଶିପ ସ୍ବର୍ଣ୍ଣ ପଦକ ଜିତିବା ପରେ ଭାରତ ଛାଡ଼ିଥିବା କୋରିଆନ ବ୍ୟାଡ୍‌ମିଣ୍ଟନ କୋଚ୍‌ କିମ ଜି ହ୍ୟୁନ ପୁଣେ ଥରେ ଆକ୍‌ଶନକୁ ଫେରିଛନ୍ତି। ଏହି କୋଚ ନିଜ ସ୍ବାମୀଙ୍କ ସ୍ବାସ୍ଥ୍ୟବସ୍ଥା ପାଇଁ ପଦରୁ ଇସ୍ତଫା ଦେଇ ନ୍ୟୁଜିଲାଣ୍ଡ ଚାଲି ଯାଇଥିଲେ। ସେ ନିକଟରେ ତାଇଓ୍ବାନ ଏକାଡେମୀରେ କୋଚ୍‌ ଭାବେ ଯୋଗ ଦେଇଛନ୍ତି। ସିନ୍ଧୁଙ୍କ ବିଶ୍ୱ ଟାଇଟଲରେ କିମ୍‌ଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ଅଗଷ୍ଟରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ ଶେଷ ହେବାର କିଛି ଦିନ ପରେ ମହିଳା ସଙ୍ଗଲ୍ସ କୋଚ୍‌ ପଦ ତ୍ୟାଗ କରିଥିଲେ। ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) କିମଙ୍କୁ ପୁଣି ଥରେ ଫେରାଇ ଆଣିବାକୁ ଉଦ୍ୟମ କରି ବିଫଳ ହୋଇଥିଲେ। କୋରିଆନ କୋଚ୍‌ ତାଇଓ୍ବାନ ଏକାଡେମୀ ଅମବର ଟିମର ଦାୟିତ୍ୱ ସମ୍ଭାଳିବେ। ଏକାଡେମୀ ମ୍ୟାନେଜମେଣ୍ଟ ଦକ୍ଷିଣ କୋରିଆର ଲୋକପ୍ରିୟ କୋଚ୍‌ଙ୍କୁ ସୋସିଆଲ ମିଡିଆ ଜରିଆରେ ସ୍ବାଗତ ଜଣାଇଛି। କିମ ୧୯୯୬ ଅଲିମ୍ପିକ୍ସ ସିଙ୍ଗଲ୍ସରେ ୪ର୍ଥ ସ୍ଥାନରେ ରହିଥିଲେ। ଖେଳାଳି କ୍ୟାରିୟରରୁ ଅବସର ନେବା ପରେ ଜର୍ମାନୀ, ଦକ୍ଷିଣ କୋରିଆ, ନ୍ୟୁଜିଲାଣ୍ଡ ଓ ଭାରତ ଭଳି ଦଳର କୋଚ୍‌ ଦାୟିତ୍ୱରେ ରହି ସାରିଛନ୍ତି। ଅନ୍ୟପକ୍ଷରେ ସିନ୍ଧୁଙ୍କ ବାପା କିମଙ୍କ ଅନୁପସ୍ଥିତ ଅଧିକ ପ୍ରଭାବିତ କରିବ ନାହିଁ ବୋଲି କହିଛନ୍ତି। ଜଣେ ସଫଳ ଆଥ୍‌ଲେଟ ପଛରେ କୋଚ୍‌ଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ମାତ୍ର ଖେଳାଳି ତା’ର କଡ଼ା ପରିଶ୍ରମ ବଳରେ ଲକ୍ଷ୍ୟସ୍ଥଳ ହାସଲ କରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri