ତାଜମହଲର ମାଲିକ ଥିଲେ ଟ୍ରମ୍ପ୍‌: ୨୦୧୬ରେ ହୋଇଥିଲା ନିଲାମ

ଓ୍ବାଶିଂଟନ, ୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟମ୍ପ୍‌ ଦିନେ ତାଜମହଲର ମାଲିକ ଥିଲେ। ସେ ତାଙ୍କର କାସିନୋର ନାମ ତାଜମହଲ ରଖିଥିଲେ। ଭାରତୀୟ ସଂସ୍କୃତିକୁ ଭଲ ପାଉଥିବା ଟ୍ରମ୍ପ୍‌ ନିଜ କାସିନୋରେ କର୍ମଚାରୀଙ୍କୁ ଭାରତୀୟ ଏବଂ ଆରବ ପୋଷାକ ପିନ୍ଧିବାକୁ ନିର୍ଦ୍ଦେଶ ଦେଇଥିଲେ। ୧୯୯୦ ଏପ୍ରିଲ୍‌ ୨ରେ ଆମେରିକାର ନ୍ୟୁଜର୍ସି ସ୍ଥିତ ଆଟଲାଣ୍ଟିକ୍‌ ସିଟିରେ ପୃଥିବୀର ଶ୍ରେଷ୍ଠ କାସିନୋ ଖୋଲିଥିଲେ। ଏଠାରେ ପପ୍‌ଷ୍ଟାର ମାଇକେଲ ଜ୍ୟାକସନ୍‌ ମଧ୍ୟ ସଙ୍ଗୀତ ପରିବେଷଣ କରିଥିଲେ। ୨୦୦୫ରେ ତାଜମହଲ କାସିନୋରେ ବଲିଉଡ୍‌ ପୁରସ୍କାର ଉତ୍ସବ ଆୟୋଜିତ ହୋଇଥିଲା। ଏହା ଲକ୍ଷେ ୨୦ ହଜାର ବର୍ଗଫୁଟ ପରିମିତ ଅଞ୍ଚଳରେ ନିର୍ମିତ ହୋଇଥିଲା। ଏଥିରେ ୩୦୦୯ ସ୍ଲଟ୍‌ ମେସିନ ଏବଂ ୧୬୭ ଗ୍ୟାମ୍ବଲିଂ ଟେବୁଲ ଥିଲା। ଏହାର ରିସେପସନ୍‌ ବିମାନ ବନ୍ଦରର ଟିକେଟ ବୁକିଂ ଅଞ୍ଚଳଠାରୁ ମଧ୍ୟ ବଡ଼ ଥିଲା। ଏକକାଳୀନ ଏଠାରେ ୫୦୦୦ ଲୋକଙ୍କ ରହିବା ଭଳି ବ୍ୟବସ୍ଥା ଥିଲା। କାସିନୋର ଲିଫ୍ଟ ଲବିରେ ୧୨ଟି ଲିଫ୍ଟ ଥିଲା। ସମସ୍ତ ଲିଫ୍ଟ ସୁନାର ରଙ୍ଗର ଥିଲା। ଏହାର ଭିତର ଅଂଶ ୨୪ କ୍ୟାରେଟ ସୁନାପାତରେ ଆଚ୍ଛାଦିତ ହୋଇଥିଲା। ୧୯୯୮ରେ ଆମେରିକା ସରକାର ଟ୍ରମ୍ପ୍‌ଙ୍କ ଉପରେ ୩୪୨ କୋଟି ଟଙ୍କାର ଜରିମାନା ଦଣ୍ଡାଦେଶ କରିଥିଲେ। ଏହାପରେ ୨୦୧୫ରେ ପୁଣି ୭୧.୮୬ କୋଟି ଟଙ୍କାର ଜରିମାନା ଆଦେଶ ଦିଆଯାଇଥିଲା। ଟ୍ରମ୍ପ୍‌ ନିଜକୁ ଦେବାଳିଆ ଘୋଷଣା ମଧ୍ୟ କରିଥିଲେ। ଶେଷରେ ୨୦୧୬ରେ ତାଜମହଲ କାସିନୋ ନିଲାମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri