ତାତିଲେ ଏମ୍‌ଡିଏମ୍‌ ପାଚିକା ସହାୟିକା

ମୁରିବାହାଲ, ୧୩।୧୦ (ଡି.ଏନ.ଏ.)
ନିଖିଳ ଓଡିଶା ମଧ୍ୟାହ୍ନଭୋଜନ(ଏମଡିଏମ) ପାଚିକା ସହାୟକ ସଂଘ ବଲାଙ୍ଗୀର ଜିଲା କମିଟି ତରଫରୁ ୩ ଦଫା ଦାବି ନେଇ ସୋମବାର ମୁରିବାହାଲ ବ୍ଲକ ଅଫିସ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଓଡିଶା ନିର୍ମାଣ ଶ୍ରମିକ ସଂଘ ସଭାପତି ଗୋପାଳ ଭୋଇ କାର୍ଯ୍ୟକ୍ରମରେ ଯୋଗଦେଇ କରୋନା ସମୟରେ ପାଚିକା ସହାୟିକାଙ୍କୁ ରାଜ୍ୟ ସରକାର ଧ୍ୟାନ ଦେଉ ନ ଥିବା କହିଥିଲେ। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ମହେନ୍ଦ୍ର ପ୍ରଧାନୀ ଓ ବ୍ଲକ ଶିକ୍ଷା ଅଧିକାରୀ ଜଗନ୍ନାଥ ଧରୁଆଙ୍କ ଅନୁପସ୍ଥିତରେ କନିଷ୍ଠ କିରାଣୀ ରାଧେଶ୍ୟାମ ଭୋଇଙ୍କୁ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ପ୍ରମୁଖ ଦାବିଗୁଡିକ ମଧ୍ୟରେ ବ୍ଲକର ପ୍ରତ୍ୟେକ ବିଦ୍ୟାଳୟରେ ପାଚିତା ସହାୟିକାଭାବେ କାର୍ଯ୍ୟ କରୁଥିବା ପାଚିକା ସହାୟିକାମାନଙ୍କୁ ୨୮ ମାସର ବକେୟା ଦରମା ଯଥାଶୀଘ୍ର ପ୍ରଦାନ, ଗତ ମାର୍ଚ୍ଚ ମାସରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଦରମା ପ୍ରଦାନ, ପାଚିକା ସହାୟିକାମାନଙ୍କୁ ଶାଢ଼ୀ ଓ ଅନ୍ୟାନ୍ୟ ସରକାରୀ ସୁବିଧା ପ୍ରଦାନ ଅନ୍ୟତମ। ଏଆଇଟିୟୁସି ସହବନ୍ଧିତ ନିଖିଳ ଓଡିଶା ଏମଡିଏମ ପାଚିକା ସହାୟିକା ସଂଘ ଜିଲା ସଭାପତି ପାଣ୍ଡବ ଭୋଇ, ସଭାନେତ୍ରୀ ଛେଦ ଭୋଇଙ୍କର ନେତୃତ୍ୱରେ ବୁଇ ମହାକୁର, ସୁନିତା ସେଟ, ଲକ୍ଷ୍ମୀପ୍ରିୟା ନିଆଲ, ଲୋଚନା ବେହେରା, ଦାଶ ଭୋଇ, ପଦ୍ମାବତୀ ସାହୁ, କୁନ୍ତଲା ପୁଟେଲ, ଦହିମତି ବାଗ, ଶାନ୍ତି ଗୟ, ମମତା ବାଗ, କବିତା ସାହୁ ଏହି ଅବସରରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri