ତାମଡା କାର୍ଯ୍ୟାଳୟକୁ ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଅନୁପସ୍ଥିତି ନେଇ ବର୍ଷିଲେ

ଅନୁଗୋଳ ଅଫିସ, ୬।୧୧-ଅନୁଗୋଳ ଜିଲାପାଳ ତଥା ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା)ର ଉପାଧ୍ୟକ୍ଷ ମନୋଜ କୁମାର ମହାନ୍ତି ମଙ୍ଗଳବାର ଅପରାହ୍ନରେ ଅଚାନକ ତାମଡା କାର୍ଯ୍ୟାଳୟ ପରିଦର୍ଶନରେ ଯାଇଥିଲେ। ତେବେ କାର୍ଯ୍ୟାଳୟରେ ଅଧାରୁ ଅଧିକ କର୍ମଚାରୀ ଅନୁପସ୍ଥିତ ଥିବା ଦେଖି ଜିଲାପାଳ ବିରକ୍ତି ପ୍ରକାଶ କରିଥିଲେ। ଏପରି କି ତାମଡା ସଚିବ ବଇତୁରା ଦୀପଙ୍କୁ ଡାକି ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଅନୁପସ୍ଥିତି ପାଇଁ କାରଣ ଦର୍ଶାଅ ନୋଟିସ୍‌ ମଧ୍ୟ ଜାରି କରିଥିବା ସୂଚନା ମିଳିଛି।
ଅପରାହ୍ନ ୪ଟାରୁ ସାଢ଼େ ୪ଟା ମଧ୍ୟରେ ଜିଲାପାଳ ହଠାତ୍‌ ତାମଡା କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ମାତ୍ର ୩ ଜଣ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ସହ ଅନ୍ୟ ୫ ଜଣ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ। ଜିଲାପାଳ କର୍ମଚାରୀଙ୍କ ଉପସ୍ଥାନ ଖାତା ସହ କ୍ୟାଶ ବୁକ୍‌ ଯାଞ୍ଚ କରିଥିଲେ। ସେହିପରି ଜିଲା କାର୍ଯ୍ୟାଳୟରେ ଥିବା ଡେପୁଟି କଲେକ୍ଟର ତଥା ତାମଡାର ଅତିରିକ୍ତ ଦାୟିତ୍ୱରେ ଥିବା ବଇତୁରା ଦୀପଙ୍କୁ ମଧ୍ୟ ଡକାଇଥିଲେ। କର୍ମଚାରୀମାନେ କାର୍ଯ୍ୟାଳୟକୁ କେତେବେଳେ ଆସୁଛନ୍ତି, କେତେବେଳେ ଯାଉଛନ୍ତି ତାହାର ହିସାବ ମାଗିଥିଲେ। ଅନୁପସ୍ଥିତ ରହୁଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ତାମଡା କାର୍ଯ୍ୟାଳୟକୁ ଆସୁଥିବା ଦଲାଲ୍‌ଙ୍କ ବିରୋଧରେ ଥାନାରେ ମାମଲା ରୁଜୁ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ। ପ୍ଲାନିଂ ବିଭାଗର କେତେଜଣ କର୍ମଚାରୀ ଘରେ କାର୍ଯ୍ୟାଳୟ ଖୋଲିଥିବା ଶୁଣିବା ପରେ ସେଠାରେ ଚଢ଼ାଉ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷରେ ସ୍ଥାୟୀ ସଚିବ ନ ଥିବାରୁ ଡାମଡାରେ ମନଇଚ୍ଛା ଶାସନ ଚାଲିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri