ତାମିଲନାଡ଼ୁରେ ନିର୍ଯାତନା ଅଭିଯୋଗ ଆଣିଲେ ବରଗଡ଼ର ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୪।୫-: ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ଘରକୁ ଫେରିବା ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ି ଥିବାବେଳେ ଭୋକ, ଉପାସରେ ମଧ୍ୟ ରହିବାକୁ ପଡୁଛି। ଅନ୍ୟପଟେ ଏଭଳି ବିପର୍ଯ୍ୟୟ ସମୟରେ ସେମାନଙ୍କୁ ସହାୟତା ବଦଳରେ ମାଡ଼ ଖାଇବାକୁ ମଧ୍ୟ ପଡୁଛି। ବରଗଡ଼ ଜିଲାରୁ ତାମିଲନାଡ଼ୁକୁ ଦାଦନ ଖଟିବାକୁ ଯାଇଥିବା କେତେକ ଶ୍ରମିକଙ୍କ ଉପରେ ଏଭଳି ନିଯର୍ର୍ାତନା ଦିଆଯାଇଥିବା ଖବର ସାମ୍ନାକୁ ଆସିଛି । ନିର୍ଯାାତିତ ଶ୍ରମିକମାନେ ସେଠାରୁ ପଠାଇଥିବା ଏକ ଭିଡ଼ିଓ କ୍ଲିପିଂ ଏବଂ କେତେକ ଫଟୋରୁ ତାହା ସ୍ପଷ୍ଟ ହୋଇ ଯାଇଛି ।
ସୂଚନା ଅନୁଯାୟୀ, ଗତ କିଛିମାସ ତଳୁ ବରଗଡ଼ ଜିଲାର ୩୦ଜଣଙ୍କ ସମେତ ଓଡ଼ିଶାର ଶତାଧିକ ଶ୍ରମିକ ତାମିଲନାଡ଼ୁ ରାଜ୍ୟର ତିରପୁରଠାରେ ରହିଥିବା ଏକ ଏକ କପଡ଼ା କାରଖାନାରେ କାମ କରୁଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସେମାନେ ଘରକୁ ଫେରିବାକୁ ଚାହୁଁଛନ୍ତି । ଏଥିପାଇଁ ସେମାନେ କିଛିଦିନ ତଳେ ସେହି କାରଖାନାରୁ ବାହାରି ପାସ୍‌ ପାଇଁ ଏକ କାର୍ଯ୍ୟାଳୟକୁ ଯାଉଥିଲେ। ମାତ୍ର ସେମାନେ ସେଠାରୁ ବାହାରିବା ପରେ କାରଖାନା ମାଲିକ ପୋଲିସ ଲଗାଇ ସେମାନଙ୍କୁ ମାଡ଼ ମରାଇଥିବା ଅଭିଯୋଗ ହୋଇଛି। ଏପରିକି ଶ୍ରମିକଙ୍କ ହାତ, ଗୋଡ଼ ତଥା ଶରୀରର ବିଭିନ୍ନ ସ୍ଥାନରେ ଅନେକ ମାଡ଼ ଦାଗ ରହିଛି । ସେହିପରି କାରଖାନାରୁ ବାହାରିଲେ ଶ୍ରମିକଙ୍କୁ ପୁଣି ମାଡ଼ ଦିଆଯିବ ବୋଲି କୁଆଡ଼େ କାରଖାନା ମାଲିକ ଧମକ୍‌ ଦେଉଥିବା ଅଭିଯୋଗ ହୋଇଛି। ଏଭଳି ସ୍ଥିତିରେ ଶ୍ରମିକମାନେ କାରଖାନା ଭିତରେ ଭୟଭୀତ ଅବସ୍ଥାରେ ଅଛନ୍ତି। ଏ ନେଇ ପଦ୍ମପୁର ଉପଖଣ୍ଡ ସମାରପାଲି ଗ୍ରାମର ଜଣେ ପ୍ରବାସୀ ଶ୍ରମିକ ନିଜ ଘରକୁ ଫୋନ କରି ଜଣାଇଥିଲେ। ଏହାପରେ ଘଟଣା ସମ୍ପର୍କରେ ବରଗଡ଼ ଜିଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ସାମାଜିକ କର୍ମୀ ଦିବସ କୁମାର ସାହୁଙ୍କୁ ଘଟଣା ସମ୍ପର୍କରେ ସୂଚନା ପାଇଥିଲେ। ଏହି ସୂଚନା ପାଇବା ପରେ ସାମାଜିକ କର୍ମୀ ଦିବସ ସମ୍ପୃକ୍ତ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଆଇଜି ଅମିତାଭ ଠାକୁରଙ୍କୁ ଫୋନ ଯୋଗେ ନିବେଦନ କରିଥିଲେ। ସେହି ସୂଚନା ପାଇବା ପରେ ଓଡ଼ିଶାର କୋଭିଡ୍‌ ହେଲ୍ପଲାଇନ୍‌ ପକ୍ଷରୁ ମଧ୍ୟ ସମ୍ପୃକ୍ତ ଶ୍ରମିକଙ୍କୁ ଯୋଗାଯୋଗ କରାଯାଇ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ ହୋଇଛି । ଶ୍ରମିକଙ୍କ ଜୀବନ ପ୍ରତି ବିପଦ ଥିବା ଯୋଗୁ ସେମାନଙ୍କୁ ସେଠାରୁ ତୁରନ୍ତ ଉଦ୍ଧାର କରି ଘରକୁ ପଠାଇବା ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ସାମାଜିକ କର୍ମୀ ଦିବସ ତଥା ଶ୍ରମିକଙ୍କ ପରିବାର ଲୋକେ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri