ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଅନ୍ୟ ରାଜ୍ୟରେ ଅଟକିଥିବା ଶ୍ରମିକମାନେ ଖାଇବା, ରହିବା ଏବଂ କାମ କରିବାର ସୁବିଧା ହରାଇବା ପରେ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ତେଣୁ ସେମାନଙ୍କୁ ଫେରାଇ ଆଣିବାକୁ ସରକାର ବିଭିନ୍ନ ରାଜ୍ୟ ସହ ଯୋଗାଯୋଗ କରିବା ଆରମ୍ଭ କରିଛନ୍ତି। ସେହି ଅନୁଯାୟୀ ତାମିଲନାଡୁରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏ ସମ୍ପର୍କରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସାମୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। କିପରି ଓଡ଼ିଆ ଶ୍ରମିକ ଫେରିବେ ସେନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗଦେଇଛନ୍ତି। କେନ୍ଦ୍ର ସରକାର ଏଥିଲାଗି ସହଯୋଗ ଯୋଗାଇ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଅନୁରୋଧ କରିଛନ୍ତି। ଲକ୍‌ଡାଉନ ଯୋଗୁ ତାମିଲନାଡୁରେ ଅଟକି ରହିଯାଇଥିବା ଓଡ଼ିଆ ଶ୍ରମିକମାନଙ୍କ ଉପଯୁକ୍ତ ଯତ୍ନ ନେଉଥିବାରୁ ମୁଖ୍ୟମନ୍ତ୍ରୀ ପାଲାନିସାମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାସହିତ ରାଜ୍ୟକୁ ଫେରିବାକୁ ଚାହୁଁଥିବା ଶ୍ରମିକମାନେ ଯେପରି ସୁବିଧାରେ ଫେରିପାରିବେ ସେନେଇ ସହଯୋଗ କରିବାକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି। ପାଲାନିସାମୀ ମଧ୍ୟ ଏ ଦିଗରେ ସବୁ ପ୍ରକାର ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଚେନ୍ନାଇର ଗୁରୁ ନାନକ କଲେଜରେ କରାଯାଇଥିବା ଶିବିରରେ ରହିଥିବା ଓଡ଼ିଆମାନେ ଏହି ଅବସରରେ ନବୀନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଥା ହୋଇଛନ୍ତି। ତାମିଲନାଡୁ ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ବରିଷ୍ଠ ପରାମର୍ଶଦାତା ଆର୍‌.ବାଲ୍‌କ୍ରିଷ୍ଣନ ଏହି କାର୍ଯ୍ୟର ତଦାରଖ କରିବେ ବୋଲି ନବୀନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri