ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୧୦ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ହୋଲି ସତ୍ତ୍ୱେ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିବା ବେଳେ ୧୧୩୨ ଜଣ ଶିଶୁଙ୍କ ମୁଣ୍ଡନ ହୋଇଛି। ମୁଣ୍ଡନ ଶାଳାରେ ନିୟୋଜିତ ବାରିକମାନେ ମନଇଚ୍ଛା ଟଙ୍କା ଦାବି କରିଥିବାରୁ ଭକ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଚଳିତବର୍ଷ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ତତ୍ତ୍ୱାବଧାନରେ ମନ୍ଦିରକୁ ଆଲୋକ ମାଳାରେ ସଜ୍ଜିତ କରାଯାଇଛି। ଭୋର ୩ଟାରୁ ପରମ୍ପରା ଅନୁସାରେ ମା’ଙ୍କ ପୂଜାର୍ଚ୍ଚନା କରି ସକାଳ ୬ଟାରେ ସାହାଣ ମେଲା ହୋଇ ମା’ ତାରାତାରିଣୀ ଦୁଇ ଭଉଣୀ ମହାକାଳୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ।

ଯାତ୍ରା ସ୍ଥଳରେ ଅବାଧ ମଦ ବିକ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରସାଦ ବାବଦରେ ୪୯,୬୮୦ଟଙ୍କା, ମୁଣ୍ଡନ ବାବଦରେ ୫୬,୬୦୦ଟଙ୍କା, ବସ ସେବା ବାବଦରେ ୧୦୮୮୧୫ ଟଙ୍କା, ସ୍ବତନ୍ତ୍ର ଦର୍ଶନ ବାବଦରେ ୧୯,୧୦୦ ଟଙ୍କା ରାଜସ୍ବ ଆଦାୟ ହୋଇଛି । ଗଞ୍ଜାମ ବସ ମାଲିକ ସଂଘ, ପୁରୁଷୋତ୍ତମପୁର ଘରୋଇ ବସ୍‌ ଓ ଟ୍ରକ ମାଲିକ ସଂଘ ପକ୍ଷରୁ ମାଗଣାରେ ଅନ୍ନ ଭୋଜନ ଯୋଗାଇ ଦିଆଯାଇଛି। ଜିଲାପାଳଙ୍କ ସମେତ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରାୟ ତଦାରଖ କରିଥିବା ବେଳେ ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ, ତହସିଲଦାର ଅରୁଣ କୁମାର ନାୟକ, ବିଡିଓ ସୀମାଞ୍ଚଳ ମହାନ୍ତି, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ସମେତ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଶୃଙ୍ଖଳାକୁ ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri