ତାରାତାରିଣୀ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌ : ହେବନି ମୁଣ୍ଡନ

ପୁରୁଷୋତ୍ତମପୁର,୧୬।୩(ଡି.ଏନ୍‌.ଏ.): କରୋନା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପ୍ରଶାସନ ଅଙ୍କୁଶ ଲଗାଇଛି। ମୁଣ୍ଡନ କାର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରି ଦିଆଯାଇଛି । ମନ୍ଦିରକୁ ସଂଯୋଗ କରୁଥିବା ତିନି ଗୋଟି ମୁଖ୍ୟ ରାସ୍ତା (ତାରାତାରିଣୀ ଛକ, କେଶପୁର ରାସ୍ତା, ଛତ୍ରପୁର ରାସ୍ତା)କୁ ପ୍ରଶାସନ ପକ୍ଷରୁ ବାଉଁଶ ଓ ଦଉଡ଼ି ବନ୍ଧାଯାଇ ସିଲ କରିଦିଆଯାଇଛି। ଏହା ଦ୍ୱାରା କୌଣସି ଗାଡ଼ି ମୋଟର ଯାତାୟାତ କରିପାରୁନାହିଁ । ଚୈତ୍ର ମଙ୍ଗଳବାର ଯାତ୍ରାରେ ମୁଣ୍ଡନ ଲାଗି ଜିଲା ଓ ଜିଲା ବାହାରୁ ଶିଶୁଙ୍କୁ ନେଇ ଆସିଥିବା ଭକ୍ତମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇ ନିରାଶରେ ଫେରିଛନ୍ତି । ପ୍ରଶାସନର ଏହି ନିଷ୍ପତ୍ତିକୁ କିଛି ଶ୍ରଦ୍ଧାଳୁ ସ୍ବାଗତ କରିଛନ୍ତି । ମନ୍ଦିର ଇତିହାସରେ ମା’ ତାରାତାରିଣୀଙ୍କ ପବିତ୍ର ଚୈତ୍ର ମଙ୍ଗଳବାର ଯାତ୍ରାରେ ମୁଣ୍ଡନ ନ ହେବା ଓ ଭକ୍ତ ଫେରିଯିବା ଘଟଣା ପ୍ରଥମ । ମନ୍ଦିର ପରିସରରେ ଥିବା ସମସ୍ତ ଦୋକାନକୁ ବନ୍ଦ କରି ଦିଆଯିବା ସହ ୯୯୯ ପାହାଚ ଦେଇ ପାହାଡ଼ ଉପରକୁ ଯିବା ପାଇଁଥିବା ସିଂହଦ୍ୱାର ରାସ୍ତାର ମୁଖଶାଳାରେ କପଡା ଘୋଡାଇ ବନ୍ଦ କରି ପୋଲିସ ଜଗି ରହିଛି । ଏହା ସହ ପାହାଡ଼ ଉପରକୁ ଥିବା ରୋଡ, ରୋପୱେକୁ ମଧ୍ୟ ବନ୍ଦ କରିଦିଆଯାଇଛି। ସମସ୍ତ ସ୍ଥାନରେ ପୋଲିସ ଫୋର୍ସ ମୁତୟନ ରହି କଡ଼ା ଯାଞ୍ଚ ପ୍ରକ୍ରିୟା ଜାରି ରଖିଛନ୍ତି। ମନ୍ଦିରରେ କେବଳ ମା’ଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ହେବ ବୋଲି ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ କୁହାଯାଇଛି । ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଆସି ତଦାରଖ କରିଥିବା ବେଳେ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇ ଭକ୍ତଙ୍କୁ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri