ତାଲା ପକାଇ ବେପାର

ଢେଙ୍କାନାଳ ଅଫିସ, ୨୯।୫ – ଢେଙ୍କାନାଳ ଜିଲାରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇ ମଦ କାରବାର ଚାଲିଛି। ଦୋକାନ ଆଗପଟେ ଶଟର ପକାଇ ପଛପଟେ ବେପାର କରୁଛନ୍ତି ବ୍ୟବସାୟୀ। ଅନ୍‌ଲାଇନ୍‌ ପରିବର୍ତ୍ତେ ଅଫ୍‌ଲାଇନ୍‌ରେ ଏପରି କାରବାର ଚଳାଇଥିବା ଅଭିଯୋଗ ହୋଇଛି। କେତେଜଣ ବୁଦ୍ଧିଜୀବୀ ଏ ନେଇ ଅବକାରୀ ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ଏହାକୁ ଗୁରୁତ୍ୱ ଦିଆଯାଇ ନ ଥିଲା। ଘଟଣା ପ୍ରଘଟ ହେବା ପରେ ଗୁରୁବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାରେ ୩୯ ଅଫ୍‌ଶପ୍‌, ୮ ବାର ଏବଂ ପାର୍ଲର ରହିଛି। ଅନ୍‌ଲାଇନରେ ବିକ୍ରି ପାଇଁ ୨୩ ଅନଶପ୍‌ ଏବଂ ୭ଟି ବାରକୁ ଅନୁମତି ମିଳିଛି। ତେବେ କେତେକ ବ୍ୟବସାୟୀ ଦୋକାନ ପଛପଟେ ଅଫ୍‌ଲାଇନ୍‌ରେ ବ୍ୟବସାୟ କରୁଛନ୍ତି। ସୂଚନା ଥିବା ସତ୍ତ୍ୱେ ଅବକାରୀ ବିଭାଗ ଅଧିକାରୀ ଏହାକୁ ଘଣ୍ଟ ଘୋଡ଼ାଇବାକୁ ଉଦ୍ୟମ କରୁଥିଲେ। ଏ ସମ୍ପର୍କରେ ସୂଚନା ପାଇ ଜିଲାପାଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚତ୍ ଏପରି ବେଆଇନ କାରବାରକୁ ପ୍ରଶ୍ରୟ ନ ଦେବାକୁ ଅବକାରୀ ଅଧୀକ୍ଷକଙ୍କୁ ତାଗିଦ କରିଥିଲେ। ଏଥିସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଅବକାରୀ ବିଭାଗ ଏବଂ ମଦ ବ୍ୟବସାୟୀଙ୍କ ମଧ୍ୟରେ ସଲାସୁତରାରେ ଏପରି କାର୍ଯ୍ୟ ଚାଲିଥିବା ସହରରେ ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀ କୁହନ୍ତି, ମଦବିକ୍ରି ଆରମ୍ଭ ହେବାର ୩ ଦିନ ମଧ୍ୟରେ ୨,୧୪୬ ଅର୍ଡର ମିଳିଥିଲା। ତଦନୁଯାୟୀ ୨,୪୩୦ ଲିଟର ବିଦେଶୀ ଏବଂ ୨୩୩୦ ଲିଟର ବିଅର ବିକ୍ରି ହୋଇଛି। କେତେକ ସ୍ଥାନରେ ଅନ୍‌ଲାଇନ ଅର୍ଡରରେ ହୋମ ଡେଲିଭରି ଦେବାକୁ ଯାଉଥିବା ଦୋକାନ କର୍ମଚାରୀଙ୍କୁ ଆକ୍ରମଣ କରାଯାଇ ମଦ ଛଡାଇ ନିଆଯାଇଥିବା ନଜରକୁ ଆସିଛି। ଏହାକୁ ନେଇ ମଦ ବ୍ୟବସାୟୀମାନେ ଭୟଭୀତ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri