ତାଲା ଭାଙ୍ଗି ସୁନା ଅଳଙ୍କାର ଚୋରି: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଯୋଡ଼ା,୧୬।୧୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ଆଜାଦ ବସ୍ତିଠାରେ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ଘରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି ହୋଇଥିବା ଯୋଡ଼ା ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗ ଅନୁଯାୟୀ, ବିହାର ରାଜ୍ୟ ଭାଗଲପୁର ଅଞ୍ଚଳର ଗୋପୀ କୁମାର ଓ ତାଙ୍କ ସ୍ତ୍ରୀ ନେହା ରାଣୀ ଯୋଡ଼ା ଆଜାଦ ବସ୍ତିର ମହେଶ ସିଂଙ୍କ ତଳ ଘରେ ଭଡ଼ାରେ ରହୁଥିଲେ। ଗୋପୀ କୁମାର ସ୍ଥାନୀୟ ଏକ ପରିବହନ କମ୍ପାନୀରେ ଡେପୁଟି ମ୍ୟାଜେନର ଭାବେ କାର୍ଯ୍ୟ କରନ୍ତି। ସେ ଓ ତାଙ୍କ ସ୍ତ୍ରୀ ଗତ ୭ ତାରିଖରେ ନିଜ ଗାଁକୁ ଚାଲିଯାଇଥିଲେ। ତେବେ ଗତ ୧୩ ତାରିଖରେ ସେ ରହୁଥିବା ଭଡ଼ା ଘରର ତାଲା ଭାଙ୍ଗି ଘରୁ ପ୍ରାୟ ସାଢ଼େ ୩ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ନଗଦ ୧୫୦୦ ଟଙ୍କା ଓ ଅନ୍ୟାନ୍ୟ ଆସବାବପତ୍ର ଚୋରି ହୋଇଯାଇଥିବା ଜାଣିବାକୁ ପାଇଥିଲେ। ଗୋପୀ ତୁରନ୍ତ ରବିବାର ଯୋଡ଼ା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ସୋମବାର ପୂର୍ବାହ୍ନରେ ଯୋଡ଼ା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ଓ ବଡ଼ବିଲ ଏସ୍‌ଡିପିଓ ସତ୍ୟ ବିକାଶ ଭୂୟାଁ ଡଗ୍‌ ସ୍କ୍ବାଡ ଓ ସାଇଣ୍ଟିଫିକ୍‌ ଟିମ୍‌ ସହିତ ଉକ୍ତ ଭଡ଼ା ଘରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଯୋଡ଼ା ଥାନାରେ ୨୨୨/୧୯ରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏ ପର୍ଯ୍ୟନ୍ତ ଚୋରି ଯାଇଥିବା ଜିନିଷର କୌଣସି ସନ୍ଧାନ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri