ଭବାନୀପାଟଣା,୨୫।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏଏନ୍ଏମ୍ କାଉନସିଲିଂ କେନ୍ଦ୍ରରେ ଗୁରୁବାର ନୂତନ ଛାତ୍ରୀମାନଙ୍କ କାଉନସିଲିଂ ଚାଲିଥିବା ବେଳେ ନିଖିଳ ଓଡ଼ିଶା ଅଣନିଯୁକ୍ତ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲାରେ ୧୭ ହଜାରରୁ ଅଧିକ ତାଲିମପ୍ରାପ୍ତ ଏଏନ୍ଏମ୍ ରହିଛି। ମାତ୍ର ସେମାନଙ୍କ ସମସ୍ୟା ସମ୍ପର୍କରେ ବାରମ୍ବାର ସ୍ବାସ୍ଥ୍ୟ ସଚିବ ଓ ନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରାଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ନିଯୁକ୍ତି ପ୍ରଦାନ କରାଯାଇ ନାହିଁ। ଏଭଳି ସ୍ଥିତିରେ ପୁନଃ କାଉନସିଲିଂ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ଦୁର୍ଭାଗ୍ୟଜନକ ବୋଲି ସେମାନେ କହିଛନ୍ତି। ତେଣୁ ରାଜ୍ୟ ସରକାର ପଦ ସୃଷ୍ଟିକରି ସମସ୍ତ ତାଲିମପ୍ରାପ୍ତ ଏଏନ୍ଏମ୍ ଛାତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଦାବି କରିଛନ୍ତି। ନଚେତ ଆଗାମୀ ଦିନରେ ଏଏନ୍ଏମ୍ ତାଲିମପ୍ରାପ୍ତ ଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇବା ସହିତ ସମସ୍ତ ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ ଦେଇଛନ୍ତି। ଏଥିରେ ଦୀପ୍ତିମୟୀ ଦୀପ, ସୁପ୍ରିୟା ଦାସ, ବୀଣା ମାଝୀ, ସଙ୍ଗୀତା ବେନିଆ ପ୍ରମୁଖ ସାମିଲ ହୋଇଥିଲେ।
ତାଲିମପ୍ରାପ୍ତ ଏଏନ୍ଏମ୍ ଛାତ୍ରୀଙ୍କୁ ନିଯୁକ୍ତି ଦାବି: ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ
Posted inଆମ ଜିଲା ଖବର, କଳାହାଣ୍ଡି View All
ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ
କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…
ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…
‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…
Archives

