ତାଳଚେର, ୨୩ା୭(ନି.ପ୍ର.) ଏନଜେନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ କର୍ମଚାରୀମାନେ ଚଳାଇଥିବା ଆନ୍ଦୋଳନ ୩ ମାସରେ ପହଞ୍ଚିଲାଣି। ହେଲେ ଏହାର ସମାଧାନ କରାଯାଉ ନ ଥିବାରୁ ତାଳଚେର ଅଞ୍ଚଳର ବିଦ୍ୟୁତ୍ ଉପଭୋକ୍ତାମାନେ ଅକଥନୀୟ ଦୁର୍ଦ୍ଦଶା ଭୋଗକରି ଚାଲିଛନ୍ତି।
ଗତ ଏପ୍ରିଲ ୨୨ରେ ହାଟତୋଟା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟରେ ଚଢି ମରାମତି କାମ କରୁଥିବା ବେଳେ ରାସୋଳର ଅଭିଜିତ ସାହୁ ନାମକ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ମୃତ କର୍ମଚାରୀଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଓ ଜଣକୁ ନିଯୁକ୍ତି ଦେବାକୁ କର୍ମଚାରୀମାନେ ଦାବି କରିଥିଲେ। ହେଲେ କମ୍ପାନୀ କର୍ତ୍ତୃପକ୍ଷ ଦାବି ପୂରଣ ନ କରିବାରୁ ସେହିଦିନ ଠାରୁ ଚାଇଁପାଳ ଡିଭିଜନରେ କାର୍ଯ୍ୟରତ ୧୪ଟି ସେକ୍ସନର ୩୯୩ ଜଣ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ସମ୍ପୃକ୍ତ କର୍ମଚାରୀମାନେ ବିଦ୍ୟୁତ୍ ମରାମତି, ରକ୍ଷଣାବେକ୍ଷଣ କାମ କରୁ ନାହାନ୍ତି। ଉପଭୋକ୍ତାଙ୍କୁ ବିଲ୍ ଦେଉ ନାହାନ୍ତି କି ସେମାନଙ୍କଠାରୁ ଦେୟ ନେଉ ନାହାନ୍ତି। ଅପରପକ୍ଷରେ ଏନଜେନ କାର୍ଯ୍ୟାଳୟରେ ସେବେଠାରୁ ତାଲା ଝୁଲୁଥିବାରୁ ଦେୟ ଦେବାକୁ ଯାଉଥିବା ଉପଭୋକ୍ତାମାନେ ନିରାଶ ହୋଇ ବାରମ୍ବାର ଫେରୁଛନ୍ତି। ଗୋଟିଏ ପଟେ ମାସିକ ଦେୟ ବଢ଼ି ଚାଲିଥିବା ବେଳେ ଅନ୍ୟପଟେ ବିଦ୍ୟୁତ୍ ବିଭ୍ରାଟ ଉପଭୋକ୍ତାଙ୍କ ଉପରେ ବୋଝ ଉପରେ ଲଳିତା ବିଡା ସଦୃଶ ହୋଇଛି। ଏ ସମ୍ପର୍କରେ ଉପଜିଲାପାଳ ପରେଶଚନ୍ଦ୍ର ନାୟକ କହିଛନ୍ତି, ଏନଜେନ ସମ୍ପର୍କରେ ଆଉ କୌଣସି ଖବର ନାହିଁ।
ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…
ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…
ଘରକୁ ଫେରୁଥିବା ବେଳେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…
ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ
ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…
ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…
ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…
ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍
ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…
ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ
ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…
ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…
ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…
Archives

