ତାଳଚେର ପୁସ୍ତକ ମେଳା ଉଦ୍‌ଘାଟିତ

ତାଳଚେର,୨୪ା୧(ନି.ପ୍ର.)

ପୁସ୍ତକ ବନ୍ଧୁ ଭାବେ କାର୍ଯ୍ୟ କରେ। ତାହାର ବିକଳ୍ପ ନାହିଁ। ପୁସ୍ତକ ଜ୍ଞାନ ବିକାଶ ଓ ରୋଜଗାରର ମାଧ୍ୟମ ହେବା ଆବଶ୍ୟକ ବୋଲି ହାଟତୋଟା ପ୍ରଜାମଣ୍ଡଳ ଭବନ ପରିସରରେ ୧୭ତମ ତାଳଚେର ପୁସ୍ତକ ମେଳାର ଉଦ୍‌ଘାଟନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି।
ତାଳଚେର ଉପଜିଲାପାଳ ତଥା ପୁସ୍ତକ ମେଳା କମିଟି ସଭାପତି ପରେଶ ଚନ୍ଦ୍ର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ଅନ୍ୟଭାଷା ସହିତ ନିଜ ମାତୃଭାଷାକୁ ଭଲ ପାଇବାକୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥିଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ ଭାଷାକୁ ବଞ୍ଚାଇବାକୁ ହେଲେ ପୁସ୍ତକକୁ ଆପଣାର କରିବାର ଅଛି ବୋଲି ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟିଟିପିଏସ୍‌ ଏଜିଏମ ଆଲିୟସ ଟପ୍ନୋ, ଗ୍ରୁପ୍‌ ଜେନେରାଲ ମ୍ୟାନେଜର ଦେବେନ୍ଦ୍ର ନାଥ ତିୱାରୀ, ସାହିତି୍ୟକ ଡ. ସୁବୋଧ କୁମାର ପୃଷ୍ଟି ପ୍ରମୁଖ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ଯୁ୍‌ଗ୍ମ ସାଧାରଣ ସମ୍ପାଦକ ବିରଜା ମିଶ୍ର ବିବରଣୀ ପାଠ କରିଥିଲେ। ଉପସଭାପତି ଦୀପକ କୁମାର ପ୍ରଧାନ ମଞ୍ଚ ସଂଯୋଜନା, କେଶବ ଭୂତିଆ ଧନ୍ୟବାଦ ପ୍ରଦାନ କରିଥିଲେ। ଉପସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏଥିରେ ୮୦ଟି ଷ୍ଟଲ ଖୋଲା ଯାଇଥିବା କମିଟି ସୂତ୍ରରୁ ଜଣାପଡିଛି। ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ଏହି ପୁସ୍ତକମେଳା ଚାଲିବ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ,…

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ଏକା ସଙ୍ଗେ ୨୦୦ ଦମ୍ପତିଙ୍କ ହେଲା ସାମୁହିକ ବିବାହ

ଭୁବନେଶ୍ୱର,୩।୨: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ…

ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି

ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ ।…

ରାଜନୀତିରେ ବଡ଼ ହଇଚଇ:  ଶଳାଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ…

ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି  ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍‌ ନେତା। ପୂର୍ବତନ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri