ତାଳଚେର ବିଧାୟକଙ୍କ ସୁରକ୍ଷା ପାଇଁ ଦାବିପତ୍ର: ୧୬ ଭିତରେ ଦୁର୍ବୃତ୍ତ ଗିରଫ ନ ହେଲେ ଧାରଣା

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କେହି ଟାର୍ଗେଟ୍‌ କରୁଛନ୍ତି। ବାରମ୍ବାର ତାଙ୍କ ଗାଡ଼ି ପୋଡ଼ି ଦେଉଛନ୍ତି। ଏପରି କି ତାଙ୍କ ତାଳଚେରସ୍ଥିତ ବାସଭବନରେ ମଧ୍ୟ ନିଅଁା ଲଗାଇ ଦେବାକୁ ନିକଟ ଅତୀତରେ ଉଦ୍ୟମ କରାଯାଇଛି। ତେଣୁ ବିଧାୟକଙ୍କ ଜୀବନ ପ୍ରତି ବିପଦ ଥିବାରୁ ତାଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉ ବୋଲି ତାଳଚେର ନିର୍ବାଚନମଣ୍ଡଳୀର ଜନସାଧାରଣ ରବିବାର ଅନୁଗୋଳ ଜିଲାପାଳଙ୍କ ଅନୁପସ୍ଥିତିରେ ଉପଜିଲାପାଳ ବାସୁଦେବ ଶତପଥୀ ଏବଂ ଏସ୍‌ପି ଜଗମୋହନ ମୀନାଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
ଉକ୍ତ ଦାବିପତ୍ରରେ ଦର୍ଶାଯାଇଛି ଯେ, ଶନିବାର ବିଳମ୍ବିତ ରାତିରେ ବିଧାୟକ ପ୍ରଧାନଙ୍କ ଭରତପୁରସ୍ଥିତ କ୍ୟାମ୍ପ କାର୍ଯ୍ୟାଳୟରେ ଥିବା ଗାଡ଼ିରେ କେହି ନିଆଁ ଲଗାଇ ଦେଇଥିଲେ। ଏହା ପୂର୍ବରୁ ମଧ୍ୟ ତିନି ଥର ତାଙ୍କ ଗାଡ଼ି ଉପରେ ଆକ୍ରମଣ ହେଲାଣି। କିନ୍ତୁ ପୋଲିସ ଦୁର୍ବୃତ୍ତଙ୍କୁ ଧରିବାରେ ସକ୍ଷମ ହେଉନାହିଁ। ତେଣୁ ସମ୍ପୃକ୍ତ ଦୁର୍ବୃତ୍ତମାନଙ୍କୁ ଧରାଯିବା ସହ ବିଧାୟକଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ତାଳଚେର ବାସିନ୍ଦା ଦାବି କରିଛନ୍ତି। ଆସନ୍ତା ୧୬ ତାରିଖ ସୁଦ୍ଧା ଏ ଦିଗରେ ପଦକ୍ଷେପ ଗ୍ରହଣ କରା ନ ଗଲେ ଜନସାଧାରଣ ଅନିର୍ଦ୍ଦିଷ୍ଟ କାଳ ଯାଏ ଗଣଧାରଣା ଦେବାକୁ ବାଧ୍ୟ ହେବେ ବୋଲି ଦାବିପତ୍ରରେ ଚେତାବନୀ ଦିଆଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ତାଳଚେରର ରାଜକିଶୋର ପ୍ରଧାନ, ଜୟକିଶୋର ସାହୁ, ମୁରଲୀଧର ସାହୁ, ଦୀନେଶ ପ୍ରଧାନ, ପର୍ଶୁରାମ ସାହୁ, ଅମିତ କୁମାର ସାହୁ, ଦିଲୀପ କୁମାର ପ୍ରଧାନ, ସୁମିତ୍ରା ସାହୁ, ଜୟନ୍ତ ପ୍ରଧାନ, ସୁଶାନ୍ତ କୁମାର ପ୍ରଧାନ, ରାମ ନାଏକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri