ତାସ୍‌ ନ ଖେଳିବାକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି। ଲକ୍‌ଡାଉନ୍‌ ସମୟରେ ବିଶେଷକରି ଗ୍ରାମାଞ୍ଚଳରେ ତାସ୍‌ ଖେଳ ଆସର ଜମିଥିବା ଖବର ସରକାରଙ୍କ ଦୃଷ୍ଟିଗୋଚର ହୋଇଛି। ତାସ୍‌, ପଶାପାଲି ଖେଳରେ ସାମାଜିକ ଦୂରତ୍ୱ ଭଙ୍ଗ ହେଉଛି। ତେଣୁ ଏଥିରୁ ନିବୃତ୍ତ ରହିବା ପାଇଁ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ଶନିବାର ଗଣମାଧ୍ୟମକୁ ସୂଚନା ଦେବା ସମୟରେ ବାଗ୍‌ଚୀ ଜନସାଧାରଣଙ୍କୁ ଏହି ପରାମର୍ଶ ଦେବାସହ କାଶ, ଛିଙ୍କରୁ କିପରି କୋଭିଡ୍‌-୧୯ ଭୂତାଣୁ ବ୍ୟାପିପାରେ ସେ ସମ୍ପର୍କରେ ଆଲୋକପାତ କରିଥିଲେ। ସାଙ୍ଗସାଥୀ ମେଳରେ ଯେବେ ତାସ୍‌ ପସରା ଖୋଲିଥାଏ ସେତେବେଳେ ଆମେ ସାମାଜିକ ଦୂରତାକୁ ଭୁଲି ଯାଇଥାଉ। ଆଉ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଯଦି ଆପଣଙ୍କୁ କିମ୍ବା ଆପଣଙ୍କ ସାଙ୍ଗଙ୍କୁ କାଶ, ଛିଙ୍କ ହୋଇଥାଏ ତେବେ ଏହା ଅନ୍ୟମାନଙ୍କ ପାଇଁ କ୍ଷତିକାରକ ହୋଇଥାଏ। କାଶିଲେ ଏହାର ଗୋଟିଏ କଣିକା ୧୯ ଫୁଟ୍‌ ପର୍ଯ୍ୟନ୍ତ ଗତି କରିପାରେ। ଆଉ ଛିଙ୍କିଲେ ୨୯ ଫୁଟ୍‌ ପର୍ଯ୍ୟନ୍ତ କଣିକା ଯାଇପାରେ। ତେଣୁ ବର୍ତ୍ତମାନର ସଂକଟ ସମୟ ଟିଳିଯିବା ପର୍ଯ୍ୟନ୍ତ ତାସ୍‌, ପଶାଖେଳ ଖେଳନ୍ତୁ ନାହିଁ ବୋଲି ବାଗ୍‌ଚୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri