ତିତ୍‌ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ

ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍‌ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍‌ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ ନାଳ ଭର୍ତ୍ତି ହୋଇ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଥିଲା। ପ୍ରବଳ ବର୍ଷା ଯୋଗୁ ରାୟଗଡ଼ ବ୍ଲକ୍‌ ଅଧୀନ କଳିଙ୍ଗ ଗ୍ରାମ ନିକଟରେ ମହେନ୍ଦ୍ରତନୟା ନଦୀରୁ ବାହାରୁଥିବା ଏକ ନାଳ ସହ ନିକଟରେ ଥିବା ରାଇସିଂ ନାଳ ଓ ସୁଆବା ନାଳର ମିଶ୍ରଣ ଘଟିଥିଲା ା ଫଳରେ କଳିଙ୍ଗ ଗ୍ରାମ ନିକଟରେ ଥିବା ସେହି ନାଳ ଉଗ୍ର ରୂପ ଧାରଣ କରିବା ଯୋଗୁ ଅସ୍ଥାୟୀ ରାସ୍ତାଟିି ସମ୍ପୂର୍ଣ୍ଣ ଧୋଇଯାଇଥିଲା। ଯଦ୍ଦ୍ବାରା କଳିଙ୍ଗ ଗ୍ରାମକୁ ଗମନାଗମନ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଥିଲା। ଏହା ଜନଜାତି ସମ୍ପ୍ରଦାୟଙ୍କ ଗ୍ରାମ ହୋଇଥିବାବେଳେ ୩୦ ପରିବାରର ୧୫୦ରୁ ଉଦ୍ଧ୍ୱର୍ର୍ ଲୋକ ଏଠାରେ ବସବାସ କରୁଛନ୍ତି। ଇତିମଧ୍ୟରେ ତିତ୍‌ଲିକୁ ବର୍ଷେ ପୂରିଥିଲେ ମଧ୍ୟ ଗମନାଗମନ ବ୍ୟବସ୍ଥାରେ ସୁଧାର ଆସିପାରିନାହିଁ।
ଗ୍ରାମବାସୀ ଏହି ରାସ୍ତାଦେଇ ଯାତାୟତ ସମୟରେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ନାଳ ପାଣିରେ ପଶି ଦୈନନ୍ଦିନ କାର୍ଯ୍ୟ ପାଇଁ ଲୋକେ ଯିବାକୁ ବାଧ୍ୟ ହେଉଛନ୍ତି। ପରିସ୍ଥିତି ଏପରି ହୋଇଛି ଯେ, ଜରୁରୀ ସମୟରେ ଗ୍ରାମକୁ ଆମ୍ବୁଲାନ୍ସ ମଧ୍ୟ ପହଞ୍ଚି ପାରୁନାହିଁ। ଫଳରେ ରୋଗୀଙ୍କୁ ମଧ୍ୟ ଉକ୍ତ ନାଳ ପାଣିରେ ବୋହି ନିଆଯାଉଛି। ସେହିପରି ଗମନାଗମନ ସମସ୍ୟା ଯୋଗୁ ଗାଁର ପିଲାଙ୍କ ପାଠପଢାରେ ମଧ୍ୟ ବାଧା ସୃଷ୍ଟି ହେଉଛି। ବୃଦ୍ଧାବୃଦ୍ଧମାନେ ନାଳ ମଧ୍ୟ ଦେଇ ଯାଇପାରୁନାହାନ୍ତି। ଅସରାଏ ବର୍ଷା ହେଲେ ନାଳଟି ଫୁଲିବା ଯୋଗୁ ଗ୍ରାମବାସୀଙ୍କୁ ଏକପ୍ରକାର ଜଳବନ୍ଦୀ ଅବସ୍ଥାରେ ରହିବାକୁ ପଡ଼ୁଛି ବୋଲି ଗାଁ ଲୋକେ କହିଛନ୍ତି। କେତେକ ଗ୍ରାମବାସୀ ଚାନ୍ଦାକରି ନାଳ ଉପରେ ପଥର ପକାଇ କାମଚଳା ରାସ୍ତା ତିଆରି କରି ଯାତାୟାତ କରୁଛନ୍ତି। ତେଣୁ ଏହି ନାଳ ଉପରେ ଏକ ପୋଲ ନିର୍ମାଣ କରିବା ପାଇଁ ସରୁ ଧାଙ୍ଗଡ଼ା ଭୁୟାଁ, ସୋମନାଥ ଭୁୟାଁ, ତ୍ରିନାଥ ଶବର, ନୃସିଂହନାଥ ଭୁୟାଁ, ଗଜେନ୍ଦ୍ର ଭୁୟାଁ, ମଙ୍ଗଳା ମଣ୍ଡଳ, ଶ୍ୟାମ ଭୁୟାଁ ପ୍ରମୁଖ ଗ୍ରାମବାସୀ ଦାବି ଜଣାଇଛନ୍ତି। ଉଲ୍ଲେଖଯୋଗ୍ୟ, ତିତ୍‌ଲି ସମୟରେ ଗ୍ରାମର ୩୦ ପରିବାର ମଧ୍ୟରୁ ମାତ୍ର ୯ ପରିବାର ବାତ୍ୟା ସହାୟତା ପାଇଥିବାବେଳେ ଅନ୍ୟମାନେ ଏ ପର୍ଯ୍ୟନ୍ତ ସହାୟତା ଅପେକ୍ଷାରେ ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?