ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ ରାସ୍ତା କିମ୍ବା ମରାମତି ହୋଇପାରିନାହିଁ। ତିତ୍‌ଲିରେ ଗଜପତି ଜିଲାର ରାୟଗଡ଼ ବ୍ଲକ୍‌ ବିଶେଷ ପ୍ରଭାବିତ ହୋଇଥିବାବେଳେ କଇଁପୁର ଠାରୁ ତୁମ୍ବ ପର୍ଯ୍ୟନ୍ତ ୩ କିମି ରାସ୍ତା ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଯଦ୍ଦ୍ବାରା ଏହି ରାସ୍ତାରେ ଯାତାୟାତ ବିପଦପୂର୍ଣ୍ଣ ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉଲ୍ଲେଖଯୋଗ୍ୟ, ତିତ୍‌ଲି ପରେ ଜିଲାରେ ନଷ୍ଟ ହୋଇଥିବା କେତେକ ରାସ୍ତା ନିର୍ମାଣ ଓ ମରାମତି କରାଯାଇଥିଲା। ହେଲେ ଏହି ରାସ୍ତା ପ୍ରତି ଦୃଷ୍ଟି ପଡ଼ିନାହିଁ। ଏହି ରାସ୍ତା ଉପରେ କେରାଣ୍ଡି, ଓୟା, ତୁମ୍ବ ଆଦି ବିଭିନ୍ନ ପଞ୍ଚାୟତବାସୀ ନିର୍ଭରଶୀଳ। ଜିଲା ସଦର ପାରଳାଖେମୁଣ୍ଡିକୁ ଯିବା ପାଇଁ ମଧ୍ୟ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ହେଲେ ରାସ୍ତାର ଅବସ୍ଥା ଯେପରି ରହିଛି, ଏହି ରାସ୍ତାରେ ଯାନବାହନ ଯାତାୟାତରେ ଅସୁବିଧା ହେଉଥିବା ସେମାନେ କହିଛନ୍ତି। ତେଣୁ ଏଠାରେ ନୂତନ ରାସ୍ତା ନିର୍ମାଣ ପାଇଁ ବିଭିନ୍ନ ପଞ୍ଚାୟତର ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri